ରାଜନୀତିରାଜ୍ୟ

ମୁଖ୍ୟମନ୍ତ୍ରୀଙ୍କୁ ଷଷ୍ଠ ରାଜ୍ୟ ବେତନ କମିସନଙ୍କ ରିପୋର୍ଟ ପ୍ରଦାନ

ମୁଖ୍ୟମନ୍ତ୍ରୀଙ୍କୁ ଷଷ୍ଠ ରାଜ୍ୟ ବେତନ କମିସନଙ୍କ ରିପୋର୍ଟ ପ୍ରଦାନ

ଷଷ୍ଠ ରାଜ୍ୟ ଅର୍ଥ କମିସନର ଲୋକସେବା ଭବନ ଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଚୂଡ଼ାନ୍ତ ରିପୋର୍ଟ ପ୍ରଦାନ କରିଛନ୍ତି। କିଛି ଦିନ ପୂର୍ବରୁ ଏହି ରିପୋର୍ଟ ରାଜ୍ୟପାଳ ଡ. ହରିବାବୁ କମ୍ଭମପାଟିଙ୍କୁ ପ୍ରଦାନ କରାଯାଇଥିଲା।

ଭୁବନେଶ୍ୱର ୨୮-୦୧-୨୦୨୬(ଏସ.ଏମ ) :  ଷ୍ଠ ରାଜ୍ୟ ଅର୍ଥ କମିସନର ଲୋକସେବା ଭବନ ଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଚୂଡ଼ାନ୍ତ ରିପୋର୍ଟ ପ୍ରଦାନ କରିଛନ୍ତି। କିଛି ଦିନ ପୂର୍ବରୁ ଏହି ରିପୋର୍ଟ ରାଜ୍ୟପାଳ ଡ. ହରିବାବୁ କମ୍ଭମପାଟିଙ୍କୁ ପ୍ରଦାନ କରାଯାଇଥିଲା। ଆଜି ମୁଖ୍ୟମନ୍ତ୍ରୀ ‘ସମୀକ୍ଷା’ ପୋର୍ଟାଲର ମଧ୍ୟ ଉନ୍ମୋଚନ କରିଛନ୍ତି ଯାହା ରାଜ୍ୟ ଅର୍ଥ କମିସନ ଓ କେନ୍ଦ୍ର ଅର୍ଥ କମିସନ ଅନୁଦାନ ଅଧୀନରେ ରାସ୍ତା, ପାନୀୟ ଜଳ ଯୋଗାଣ, ପରିମଳ, ରାସ୍ତା ଆଲୋକୀକରଣ, ପାର୍କ ଏବଂ ସାଧାରଣ ଉପଯୋଗିତା ଇତ୍ୟାଦି ପ୍ରକଳ୍ପଗୁଡ଼ିକର କାର୍ଯ୍ୟାନ୍ୱୟନର ଅଗ୍ରଗତି ବିଷୟରେ ପ୍ରକୃତ ସୂଚନା ପ୍ରଦାନ କରିବ। ନାଗରିକ, ନିର୍ବାଚିତ ପ୍ରତିନିଧି କିମ୍ବା ଯେକୌଣସି ବ୍ୟକ୍ତି https://samikshya.odisha.gov.in ଲିଙ୍କ୍ ମାଧ୍ୟମରେ ପୋର୍ଟାଲରେ ପ୍ରବେଶ କରି ପ୍ରକଳ୍ପଗୁଡ଼ିକର କାର୍ଯ୍ୟାନ୍ୱୟନର ଅଗ୍ରଗତି ତଦାରଖ କରିପାରିବେ।

ବୈଠକରେ, ମାନ୍ୟବର ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ, ମୁଖ୍ୟ ସଚିବ ଅନୁ ଗର୍ଗ, ଉନ୍ନୟନ କମିସନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଦେଓରଞ୍ଜନ କୁମାର ସିଂହ, ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ସଚିବ ଶାଶ୍ୱତ ମିଶ୍ର, ଅର୍ଥ ବିଭାଗ ପ୍ରମୁଖ ସଚିବ ସଂଜୀବ ମିଶ୍ର, ଇଲେକ୍ଟ୍ରୋନିକ୍ସ ଏବଂ ସୂଚନା ପ୍ରଯୁକ୍ତିବିଦ୍ୟା ବିଭାଗ ସଚିବ ବିଶାଲ ଦେବ, ପଞ୍ଚାୟତିରାଜ ଏବଂ ପାନୀୟ ଜଳ ବିଭାଗର ସଚିବ ଗିରିଶ ଏସଏନ ପ୍ରମୁଖ ଉପସ୍ଥିତ ଥିଲେ। କମିସନର ଅଧ୍ୟକ୍ଷ ଡକ୍ଟର ଅରୁଣ କୁମାର ପଣ୍ଡା ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ ପ୍ରଦାନ କରିଥିଲେ। ଏହି ଅବସରରେ କମିସନର ସଦସ୍ୟ ପ୍ରଫେସର ଅସିତ ରଞ୍ଜନ ମହାନ୍ତି, ଡକ୍ଟର ବିଭୁ ପ୍ରସାଦ ନାୟକଙ୍କ ସହିତ ସଦସ୍ୟ ସଚିବ- ଡକ୍ଟର ସତ୍ୟ ପ୍ରିୟ ରଥ, ପଦାଧିକାରୀ ସଦସ୍ୟ-ତଥା- ନିର୍ଦ୍ଦେଶକ, ପୌର ପ୍ରଶାସନ ଶ୍ରୀ ଅରିନ୍ଦମ ଡାକୁଆ ପ୍ରମୁଖ ଉପସ୍ଥିତ ଥିଲେ। 

Spread

SampurnaLive

Sampurna Live is Odisha's leading 24x7 news current web and YouTube channel . Development Journalism is our mission. Our vision is to promote people's voice and actions towards healthy society. We think for commonman, reporting for truth. Website =https://sampurna.live Contact number-7846915522 Email-sampurnalive@gmail.com youtube.com/@sampurnalive

Leave a Reply

Your email address will not be published. Required fields are marked *


Warning: Undefined array key "yesterday_view" in /home/i7tohfpa1gri/public_html/sampurna.live/wp-content/plugins/xt-visitor-counter/xt-visitor-counter-widgets.php on line 64

Warning: Undefined array key "month_view" in /home/i7tohfpa1gri/public_html/sampurna.live/wp-content/plugins/xt-visitor-counter/xt-visitor-counter-widgets.php on line 65

Warning: Undefined array key "year_view" in /home/i7tohfpa1gri/public_html/sampurna.live/wp-content/plugins/xt-visitor-counter/xt-visitor-counter-widgets.php on line 66

Warning: Undefined array key "online_view" in /home/i7tohfpa1gri/public_html/sampurna.live/wp-content/plugins/xt-visitor-counter/xt-visitor-counter-widgets.php on line 70