ବାଣିଜ୍ୟରାଜ୍ୟ

ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ ୨ ପ୍ରତିଶତ ବୃଦ୍ଧି

ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ ୨ ପ୍ରତିଶତ ବୃଦ୍ଧି

ଭୁବନେଶ୍ୱର ୧୧-୦୪-୨୦୨୫( ଏସ.ଏମ ) :  ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ ଦୁଇ ପ୍ରତିଶତ ବୃଦ୍ଧିକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଘୋଷଣା କରିଛନ୍ତି। ଏହା ଫଳରେ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୫୩ ପ୍ରତିଶତରୁ ୫୫ ପ୍ରତିଶତକୁ ବୃଦ୍ଧି ପାଇଛି । ଏହା ଜାନୁଆରୀ ପହିଲା ୨୦୨୫ରୁ ପିଚ୍ଛିଲା ଭାବରେ ଲାଗୁ ହେବ। ଏହି ବର୍ଦ୍ଧିତ ମହଙ୍ଗା ଭତ୍ତା ଚଳିତ ଏପ୍ରିଲ ମାସ ଦରମାରେ ନଗଦ ଆକାରରେ ମିଳିବ । ଏହା ସହିତ ପେନ୍‌ସନଭୋଗୀ ମାନଙ୍କ ଟି.ଆଇ ରେ ମଧ୍ୟ ଦୁଇ ପ୍ରତିଶତ ବୃଦ୍ଧି କରାଯାଇଛି। ସେମାନେ ମଧ୍ୟ ଅନୁରୂପ ଭାବେ ଏପ୍ରିଲ ମାସ ପେନ୍‌ସନରେ ଏହି ବର୍ଦ୍ଧିତ ଟି.ଆଇ ପାଇବେ। ଏହା ଦ୍ୱାରା ପ୍ରାୟ ସାଢେ ଆଠ ଲକ୍ଷ ସରକାରୀ କର୍ମଚାରୀ ଓ ପେନ୍‌ସନଭୋଗୀ ଉପକୃତ ହେବେ।

Spread

SampurnaLive

Sampurna Live is Odisha's leading 24x7 news current web and YouTube channel . Development Journalism is our mission. Our vision is to promote people's voice and actions towards healthy society. We think for commonman, reporting for truth. Website =https://sampurna.live Contact number-7846915522 Email-sampurnalive@gmail.com youtube.com/@sampurnalive

Leave a Reply

Your email address will not be published. Required fields are marked *