ରାଜନୀତିରାଜ୍ୟସ୍ୱାସ୍ଥ୍ୟ /ରୋଗ ଆରୋଗ୍ୟ

ଶାରୀରିକ, ବୌଦ୍ଧିକ, ମାନସିକ ଓ ଆଧ୍ୟାତ୍ମିକତାର ଏକ ଅପୂର୍ବ ସଙ୍ଗମ ହେଉଛି ଯୋଗ: ମୁଖ୍ୟମନ୍ତ୍ରୀ

ଶାରୀରିକ, ବୌଦ୍ଧିକ, ମାନସିକ ଓ ଆଧ୍ୟାତ୍ମିକତାର ଏକ ଅପୂର୍ବ ସଙ୍ଗମ ହେଉଛି ଯୋଗ: ମୁଖ୍ୟମନ୍ତ୍ରୀ

କଳିଙ୍ଗ ଷ୍ଟାଡିୟମରେ ଅନ୍ତର୍ଜାତୀୟ ଯୋଗ ଦିବସରେ ୧୫ ହଜାର ଜନସାଧାରଣଙ୍କ ସମେତ ରାଜ୍ୟର ମନ୍ତ୍ରୀଗଣ, ସାଂସଦଗଣ, ବିଧାୟକଗଣ ଓ ବରିଷ୍ଠ ଅଧିକାରୀମାନେ ଯୋଗ ଦେଇ ଯୋଗାଭ୍ୟାସ କରିଥିଲେ

ଭୁବନେଶ୍ବର୨୨-୦୬-୨୦୨୫(ଏସ .ଏମ ) : ଶାରୀରିକ ବ୍ୟାୟାମଠାରୁ ଯୋଗର ସ୍ଥାନ ବହୁତ ଉଚ୍ଚରେ। ଶାରୀରିକ, ବୌଦ୍ଧିକ, ମାନସିକ ଓ ଅଧ୍ୟାତ୍ମିକତାର ଏକ ଅପୂର୍ବ ସଙ୍ଗମ ହେଉଛି ଯୋଗ। ଯୋଗକୁ କେବଳ ଏକ ବ୍ୟାୟାମ କିମ୍ବା କିଛି ଆସନ ମଧ୍ୟରେ ସୀମିତ ରଖିବା ଉଚିତ ନୁହେଁ ବୋଲି ରାଜ୍ୟ କ୍ରୀଡ଼ା ଓ ଯୁବ ବ୍ୟାପାର ବିଭାଗ ପକ୍ଷରୁ ଆଜି କଳିଙ୍ଗ ଷ୍ଟାଡିୟମ୍‌ରେ ଆୟୋଜିତ ଅନ୍ତର୍ଜାତୀୟ ଯୋଗ ଦିବସରେ ଏହା କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।

କଳିଙ୍ଗ ଷ୍ଟାଡିୟମରେ ଅନ୍ତର୍ଜାତୀୟ ଯୋଗ ଦିବସ
ଶାରୀରିକ, ବୌଦ୍ଧିକ, ମାନସିକ ଓ ଆଧ୍ୟାତ୍ମିକତାର ଏକ ଅପୂର୍ବ ସଙ୍ଗମ ହେଉଛି ଯୋଗ: ମୁଖ୍ୟମନ୍ତ୍ରୀ
ଯୋଗକୁ ବିଦ୍ୟାଳୟ ଓ ଜନସ୍ୱାସ୍ଥ୍ୟ କାର୍ଯ୍ୟକ୍ରମରେ ସାମିଲ କରିବାକୁ ନିଆଯାଉଛି ପଦକ୍ଷେପ

ମୁଖ୍ୟଅତିଥି ଭାବେ ମୁଖ୍ୟମନ୍ତ୍ରୀ ସମବେତ ଯୋଗାଭ୍ୟାସରେ ସାମିଲ ହୋଇଥିଳେ। ଏହି ଅବସରରେ ଭିଡିଓ କନ୍‌ଫରେନସିଂ ମାଧ୍ୟମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଭାଇଜାଗରୁ ଦେଶବାସୀଙ୍କୁ ସମ୍ବୋଧନ କରିଥିଲେ। କାର୍ଯ୍ୟକ୍ରମରେ ଅଭିଭାଷଣ ରଖି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଭାରତୀୟ ସଂସ୍କୃତି ଓ ଯୋଗୀ ପରମ୍ପରାରୁ ‌ଯୋଗ ସୃଷ୍ଟି ହୋଇଥିଲେ ବି ଏହା କୌଣସି ନିର୍ଦ୍ଦିଷ୍ଟ ଧର୍ମ ସହିତ ଜଡ଼ିତ ନୁହେଁ। ପୂର୍ବରୁ ଯୋଗ କେବଳ ଦେଶ ଭିତରେ ସୀମିତ ହୋଇ ରହିଥିଲା। ମାତ୍ର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦାୟିତ୍ୱ ଗ୍ରହଣ କରିବାର ମାତ୍ର ୬ ମାସରେ ଯୋଗକୁ ସାରା ବିଶ୍ୱରେ ପରିଚିତ କରିବା ପାଇଁ ପଦକ୍ଷେପ ଗ୍ରହଣ କରିଥିଲେ। ଫଳରେ ୨୦୧୪ ଡିସେମ୍ବର ୧୧ ତାରିଖରେ ଜାତିସଂଘ ପ୍ରତିବର୍ଷ ଜୁନ ୨୧ ତାରିଖକୁ ‘ଅନ୍ତର୍ଜାତୀୟ ଯୋଗ ଦିବସ’ ଭାବେ ପାଳନ କରିବା ପାଇଁ ପ୍ରସ୍ତାବ ପାରିତ କରିଥିଲା। ଆଜି ପୃଥିବୀର ପ୍ରାୟ ସବୁ ଦେଶରେ ଲୋକେ ଆଗ୍ରହ ଓ ଉତ୍ସାହର ସହିତ ଏହାକୁ ପାଳନ କରୁଛନ୍ତି।

ସେ ଆହୁରି ମଧ୍ୟ କହିଥିଲେ ଯେ ଓଡ଼ିଶାରେ ଯୋଗକୁ ସମସ୍ତଙ୍କ ପାଇଁ ଉପଲବ୍ଧ କରାଯାଇଛି। ସ୍କୁଲ, କଲେଜ, ଛାତ୍ରାବାସ ଓ କ୍ରୀଡ଼ା କେନ୍ଦ୍ରରେ କର୍ମଶାଳା ଆୟୋଜନ ହେଉଛି। ଯୋଗକୁ ବିଦ୍ୟାଳୟ କାର୍ଯ୍ୟକ୍ରମ ଓ ଜନସ୍ୱାସ୍ଥ୍ୟ କାର୍ଯ୍ୟକ୍ରମରେ ସାମିଲ କରିବାକୁ ମଧ୍ୟ ପଦକ୍ଷେପ ନିଆଯାଉଛି। ଏକ ସୁସ୍ଥ, ଆତ୍ମନିର୍ଭରଶୀଳ ଓ ଦକ୍ଷ ତଥା ସଶକ୍ତ ଓଡ଼ିଶା ଗଠନ କରିବା ସରକାରଙ୍କର ଲକ୍ଷ୍ୟ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ଉଲ୍ଲେଖଯୋଗ୍ୟ ଯେ କଳିଙ୍ଗ ଷ୍ଟାଡିୟମରେ ଆୟୋଜିତ ଏହି ରାଜ୍ୟସ୍ତରୀୟ ଯୋଗ ଶିବିରରେ ପ୍ରାୟ ୧୫ ହଜାର ଜନସାଧାରଣଙ୍କ ସମେତ ରାଜ୍ୟର ମନ୍ତ୍ରୀଗଣ, ସାଂସଦଗଣ, ବିଧାୟକଗଣ ଓ ବରିଷ୍ଠ ଅଧିକାରୀମାନେ ଯୋଗ ଦେଇ ଯୋଗାଭ୍ୟାସ କରିଥିଲେ। ଏହି ଅବସରରେ ସଂସ୍କୃତି ବିଭାଗ ପକ୍ଷରୁ ପାରମ୍ପରିକ ଗୋଟିପୁଅ ନୃତ୍ୟ ପ୍ରଦର୍ଶିତ ହୋଇଥିଲା।

Spread

SampurnaLive

Sampurna Live is Odisha's leading 24x7 news current web and YouTube channel . Development Journalism is our mission. Our vision is to promote people's voice and actions towards healthy society. We think for commonman, reporting for truth. Website =https://sampurna.live Contact number-7846915522 Email-sampurnalive@gmail.com youtube.com/@sampurnalive

Leave a Reply

Your email address will not be published. Required fields are marked *