ରାଜ୍ୟ

ଟୁଇନ୍ ସିଟିରେ ଘଣ୍ଟାଏ କାଳବୈଶାଖୀର ତାଣ୍ଡବ

ଟୁଇନ୍ ସିଟିରେ ଘଣ୍ଟାଏ କାଳବୈଶାଖୀର ତାଣ୍ଡବ

ଆଜି ସକାଳୁ କଟକ-ଭୁବନେଶ୍ବର ଟୁଇନ୍ ସିଟିରେ କାଳବୈଶାଖୀର ପ୍ରଭାବ ଦେଖିବାକୁ ମିଳିଛି। ପ୍ରାୟ ଘଣ୍ଟାଏ ବର୍ଷାରେ ରାଜଧାନୀର ଅବସ୍ଥା ବେହାଲ ହୋଇଛି। ଠିକ୍ ସେହିପରି କଟକରେ ମଧ୍ୟ ଅନୁରୂପ ସ୍ଥିତି ଦେଖିବାକୁ ମିଳିଛି।

ଭୁବନେଶ୍ୱର ୧୮-୦୪-୨୦୨୫(ଏସ.ଏମ ) :(ବିଜୟ କୁମାର ପଣ୍ଡା )   ଜି ସକାଳୁ କଟକ-ଭୁବନେଶ୍ବର ଟୁଇନ୍ ସିଟିରେ କାଳବୈଶାଖୀର ପ୍ରଭାବ ଦେଖିବାକୁ ମିଳିଛି। ପ୍ରାୟ ଘଣ୍ଟାଏ ବର୍ଷାରେ ରାଜଧାନୀର ଅବସ୍ଥା ବେହାଲ ହୋଇଛି। ଠିକ୍ ସେହିପରି କଟକରେ ମଧ୍ୟ ଅନୁରୂପ ସ୍ଥିତି ଦେଖିବାକୁ ମିଳିଛି। କଟକରେ ଅଧିକାଂଶ ଜାଗା ଜଳମଗ୍ନ ହୋଇଯାଇଛି। କାଳବୈଶାଖୀର ପ୍ରଭାବରେ ଘଣ୍ଟା ପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ପବନ ହୋଇଥିବାର ପରିଲକ୍ଷିତ ହୋଇଛି।ସାରା ରାଜ୍ୟରେ ୧୯ ତାରିଖ ପର୍ଯ୍ୟନ୍ତ କାଳବୈଶାଖୀ ପ୍ରଭାବ ଲାଗିରହିବ। ଅଧିକାଂଶ ସ୍ଥାନରେ ଘଣ୍ଟାପ୍ରତି ୩୦ରୁ ୫୦ କିମି ବେଗରେ ପବନ ହୋଇପାରେ। ୧୭ ତାରିଖରେ ନୂଆପଡ଼ା, ବଲାଙ୍ଗୀର, ସୁବର୍ଣ୍ଣପୁର, ବୌଦ୍ଧ, ଅନୁଗୁଳ ଓ ଢେଙ୍କାନାଳ ବ୍ୟତୀତ ବାକି ୨୪ଟି ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ଝଡ଼ବର୍ଷା ହେବାକୁ ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ସେହିପରି ୧୮ ଓ ୧୯ ତାରିଖରେ ଉତ୍ତର ଓ ଉପକୂଳ ଓଡ଼ିଶାରେ କାଳବୈଶାଖୀ ପ୍ରଭାବ ଅଧିକ ରହିବାକୁ ଥିବା ବେଳେ ଦକ୍ଷିଣ ଓଡ଼ିଶାରେ ସାମାନ୍ୟ କମ୍‌ ରହିବ। ୨୦ ତାରିଖଠାରୁ ପାଗରେ ସାମାନ୍ୟ ପରିବର୍ତ୍ତନ ଆସିବ। ପଶ୍ଚିମ ଓଡ଼ିଶାରେ ଦିନର ସର୍ବୋଚ୍ଚ ତାପମାତ୍ରା ୪୧ ଡିଗ୍ରି ଡେଇଁଯିବାର ସମ୍ଭାବନା ରହିଥିବା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।ଏଣେ ସାରା ରାଜ୍ୟରେ ୧୯ ତାରିଖ ପର୍ଯ୍ୟନ୍ତ କାଳବୈଶାଖୀ ପ୍ରଭାବ ଲାଗିରହିବ। ଅଧିକାଂଶ ସ୍ଥାନରେ ଘଣ୍ଟାପ୍ରତି ୩୦ରୁ ୫୦ କିମି ବେଗରେ ପବନ ହୋଇପାରେ। ୧୭ ତାରିଖରେ ନୂଆପଡ଼ା, ବଲାଙ୍ଗୀର, ସୁବର୍ଣ୍ଣପୁର, ବୌଦ୍ଧ, ଅନୁଗୁଳ ଓ ଢେଙ୍କାନାଳ ବ୍ୟତୀତ ବାକି ୨୪ଟି ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ଝଡ଼ବର୍ଷା ହେବାକୁ ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ସେହିପରି ୧୮ ଓ ୧୯ ତାରିଖରେ ଉତ୍ତର ଓ ଉପକୂଳ ଓଡ଼ିଶାରେ କାଳବୈଶାଖୀ ପ୍ରଭାବ ଅଧିକ ରହିବାକୁ ଥିବା ବେଳେ ଦକ୍ଷିଣ ଓଡ଼ିଶାରେ ସାମାନ୍ୟ କମ୍‌ ରହିବ। ୨୦ ତାରିଖଠାରୁ ପାଗରେ ସାମାନ୍ୟ ପରିବର୍ତ୍ତନ ଆସିବ। ପଶ୍ଚିମ ଓଡ଼ିଶାରେ ଦିନର ସର୍ବୋଚ୍ଚ ତାପମାତ୍ରା ୪୧ ଡିଗ୍ରି ଡେଇଁଯିବାର ସମ୍ଭାବନା ରହିଥିବା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।

Spread

SampurnaLive

Sampurna Live is Odisha's leading 24x7 news current web and YouTube channel . Development Journalism is our mission. Our vision is to promote people's voice and actions towards healthy society. We think for commonman, reporting for truth. Website =https://sampurna.live Contact number-7846915522 Email-sampurnalive@gmail.com youtube.com/@sampurnalive

Leave a Reply

Your email address will not be published. Required fields are marked *