ଦେଶ- ବିଦେଶମନୋରଞ୍ଜନ

ଦୁର୍ଘଟଣାର ଶିକାର ହୋଇ ଗୁରୁତର ଆହତ ହୋଇଛନ୍ତି ପବନଦୀପ

ଦୁର୍ଘଟଣାର ଶିକାର ହୋଇ ଗୁରୁତର ଆହତ ହୋଇଛନ୍ତି ପବନଦୀପ

  • ଇଣ୍ଡିଆନ୍ ଆଇଡଲ୍ ସିଜିନ୍ ୧୨ର ବିଜେତା ତଥା କଣ୍ଠଶିଳ୍ପୀ ପବନଦୀପ ରାଜନ୍
  • ପ୍ରଶଂସକମାନେ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବିଷୟରେ ଚିନ୍ତିତ ହୋଇପଡ଼ଛନ୍ତି 
  • ତାଙ୍କ ସୁରକ୍ଷା ପାଇଁ ପ୍ରାର୍ଥନା କରୁଛନ୍ତି

ମୁମ୍ବାଇ/ଭୁବନେଶ୍ୱର ୦୫.୦୫.୨୦୨୫(ଏସ .ଏମ ) : ଣ୍ଡିଆନ୍ ଆଇଡଲ୍ ସିଜିନ୍ ୧୨ର ବିଜେତା ତଥା କଣ୍ଠଶିଳ୍ପୀ ପବନଦୀପ ରାଜନ୍ ସୋମବାର ଆମରୋହାରେ ଏକ ଭୟାବହ କାର ଦୁର୍ଘଟଣାର ସମ୍ମୁଖୀନ ହୋଇ ଗୁରୁତର ଆହତ ହୋଇଛନ୍ତି। ଗୁରୁତର ଅବସ୍ଥାରେ ତାଙ୍କୁ ଉଦ୍ଧାର କରି ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତିି କରାଯାଇଛି। ଏହି ଦୁର୍ଘଟଣାରେ ପବନଦୀପଙ୍କ ବାମ ଗୋଡ ଏବଂ ଡାହାଣ ହାତରେ ଗଭୀର ଭାବେ ଆଘାତ ଲାଗିଛି।ପବନଦୀପ ରାଜନଙ୍କ ଅବସ୍ଥା ସଙ୍କଟାପନ୍ନ ଥିବା କୁହାଯାଉଛି। ସେ ବସିଥିବା କାରଟି ସମ୍ପୂର୍ଣ୍ଣ ଭାବେ ନଷ୍ଟ ହୋଇଛି। ପବନଦୀପଙ୍କ ଦୁର୍ଘଟଣାଗ୍ରସ୍ତ କାରର ଫଟୋ ବି ସୋସିଆଲ ମିଡିଆରେ ପୋଷ୍ଟ ହୋଇଛି।ପବନଦୀପ ଦୁର୍ଘଟଣାର ଶିକାର ହେବା ଖବର ପାଇବାପରେ ପ୍ରଶଂସକମାନେ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବିଷୟରେ ଚିନ୍ତିତ ହୋଇପଡ଼ଛନ୍ତି ଏବଂ ତାଙ୍କ ସୁରକ୍ଷା ପାଇଁ ପ୍ରାର୍ଥନା କରୁଛନ୍ତି।

Spread

SampurnaLive

Sampurna Live is Odisha's leading 24x7 news current web and YouTube channel . Development Journalism is our mission. Our vision is to promote people's voice and actions towards healthy society. We think for commonman, reporting for truth. Website =https://sampurna.live Contact number-7846915522 Email-sampurnalive@gmail.com youtube.com/@sampurnalive

Leave a Reply

Your email address will not be published. Required fields are marked *