ଆଜି ମହାପ୍ରଭୁଙ୍କ ବନକଲାଗି ନୀତି
ଆଜି ମହାପ୍ରଭୁଙ୍କ ବନକଲାଗି ନୀତି
ସନ୍ଧ୍ୟା ୭ଟାରୁ ରାତି ୧୧ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ
ପୁରୀ/ଭୁବନେଶ୍ୱର ୨୮-୦୫-୨୦୨୫(ଏସ .ଏମ ) : ବୁଧବାର ଜ୍ୟେଷ୍ଠ ଶୁକ୍ଳ ଦ୍ବିତୀୟା ତିଥିରେ ଶ୍ରୀବିଗ୍ରହଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଦତ୍ତ ମହାପାତ୍ର ସେବକମାନେ ଶ୍ରୀବିଗ୍ରହ ଶୃଙ୍ଗାର କରିବେ। ଦ୍ବିତୀୟ ଭୋଗମଣ୍ଡପ ପରେ ଏହି ନୀତି ଆରମ୍ଭ ହେବ। ଏଥିପାଇଁ ୪ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ସୂଚନା ଦେଇଛି।ବୁଧବାର ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବା ପରେ ସନ୍ଧ୍ୟା ୭ଟାରୁ ବନକଲାଗି ନୀତି ଆରମ୍ଭ ହେବା ସହ ସର୍ବସାଧାରଣ ବନ୍ଦ ରହିବ ସନ୍ଧ୍ୟା ୭ଟାରୁ ରାତି ୧୧ଟା ପର୍ଯ୍ୟନ୍ତ ବନକଲାଗି ନୀତି ଅନୁଷ୍ଠିତ ହେବ। ରାତି ୧୧ଟା ପରେ ସର୍ବସାଧାରଣ ଦର୍ଶନ ସ୍ବାଭାବିକ ହେବ ବୋଲି ଶ୍ରୀମନ୍ଦିର ପ୍ରଶାସନ କହିଛି।