LatestNewsTOP STORIESରାଜ୍ୟ

ରତ୍ନଭଣ୍ଡାର ଗଣତିମଣତି: ଚୂଡ଼ାନ୍ତ ପର୍ଯ୍ୟାୟରେ ପ୍ରସ୍ତୁତି; ମାହେନ୍ଦ୍ର ବେଳାକୁ ଅପେକ୍ଷା

 ରତ୍ନଭଣ୍ଡାର ଗଣତିମଣତି: ଚୂଡ଼ାନ୍ତ ପର୍ଯ୍ୟାୟରେ ପ୍ରସ୍ତୁତି; ମାହେନ୍ଦ୍ର ବେଳାକୁ ଅପେକ୍ଷା

ଆସନ୍ତାକାଲି ମହାପ୍ରଭୁଙ୍କର ରତ୍ନଭଣ୍ଡାରରୁ ଅଳଙ୍କାର ଗଣତିମଣତି ଆରମ୍ଭ ହେବ। ଏଥିପାଇଁ ମାହେନ୍ଦ୍ର ବେଳା ଧାର୍ଯ୍ୟ ହୋଇଛି ମଧ୍ୟାହ୍ନ ୧୨ଟା ୯ ରୁ ୧ଟା ୪୫। ଏହି ଗଣତିମଣତି ପାଇଁ ଗଠିତ ଦୁଇଟି କମିଟି ସଦସ୍ୟଙ୍କ ସହ ଆଲୋଚନା କରିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ…

ପୁରୀ ୨୪-୦୩-୨୦୨୬( ଏସ .ଏମ ) :  ସନ୍ତାକାଲି ମହାପ୍ରଭୁଙ୍କର ରତ୍ନଭଣ୍ଡାରରୁ ଅଳଙ୍କାର ଗଣତିମଣତି ଆରମ୍ଭ ହେବ। ଏଥି ପାଇଁ ପ୍ରସ୍ତୁତି ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି। ଗଣତିମଣତି ପାଇଁ ମାହେନ୍ଦ୍ର ବେଳା ଧାର୍ଯ୍ୟ ହୋଇଛି ମଧ୍ୟାହ୍ନ ୧୨ଟା ୯ ରୁ ୧ଟା ୪୫। ଏହି ଗଣତିମଣତି ପାଇଁ ଗଠିତ ଦୁଇଟି କମିଟି ସଦସ୍ୟଙ୍କ ସହ ଆଲୋଚନା କରିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ. ଅରବିନ୍ଦ ପାଢ଼ୀ ଓ ରତ୍ନ ଭଣ୍ଡାର କମିଟି ଅଧ୍ୟକ୍ଷ ଜଷ୍ଟିସ୍‌ ବିଶ୍ବନାଥ ରଥ। ଏଥିରେ ଅନେକ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି।

ଗଣତିର ଭିଡିଓଗ୍ରାଫି, ଫଟୋଗ୍ରାଫି, ଓ ୩ଡି ମ୍ୟାପିଂ ହେବ। ପ୍ରଥମେ ଚଳନ୍ତି ରତ୍ନଭଣ୍ଡାର ଗଣତିମଣତି ହେବ। ୧୯୭୮ ମସିହାର ଗଣତିମଣତି ପୂର୍ଣ୍ଣାଙ୍ଗ ତାଲିକା ରହିଛି। ଏହି ତାଲିକା ସହ ମେଳକ ହେବ। ସ୍ୱର୍ଣ୍ଣ ଅଳଙ୍କାର ହଳଦିଆ ରଙ୍ଗର ଭେଲଭେଟ୍‌ କପଡ଼ାରେ ଗୁଡ଼ାଯାଇ ଟିଣ ବାକ୍ସରେ ରଖାଯିବ। ପରେ ତାକୁ ସିନ୍ଦୁକରେ ରଖାଯିବ। ରୌପ୍ୟ ଅଳଙ୍କାର ଧଳା ବା ସିଲଭର ରଙ୍ଗ କପଡ଼ାରେ ଗୁଡ଼ା ଯାଇ ରଖାଯିବ। ଅନ୍ୟାନ୍ୟ ଅଳଙ୍କାର ଲାଲ ରଙ୍ଗ ଭେଲଭେଟ କନାରେ ଗୁଡ଼ାଯାଇ ରଖାଯିବ। ତେବେ ବିଶେଷ ଦିନ, ପର୍ବପର୍ବାଣି, ଶନିବାର ଓ ରବିବାର ଗଣତିମଣତି ହେବନାହିଁ। ଗଣତିମଣତି ଦିନ ଭକ୍ତମାନେ ବାହାରକାଠରୁ ଦର୍ଶନ କରିବେ।

Spread

SampurnaLive

Sampurna Live is Odisha's leading 24x7 news current web and YouTube channel . Development Journalism is our mission. Our vision is to promote people's voice and actions towards healthy society. We think for commonman, reporting for truth. Website =https://sampurna.live Contact number-7846915522 Email-sampurnalive@gmail.com youtube.com/@sampurnalive

Leave a Reply

Your email address will not be published. Required fields are marked *


Warning: Undefined array key "yesterday_view" in /home/i7tohfpa1gri/public_html/sampurna.live/wp-content/plugins/xt-visitor-counter/xt-visitor-counter-widgets.php on line 64

Warning: Undefined array key "month_view" in /home/i7tohfpa1gri/public_html/sampurna.live/wp-content/plugins/xt-visitor-counter/xt-visitor-counter-widgets.php on line 65

Warning: Undefined array key "year_view" in /home/i7tohfpa1gri/public_html/sampurna.live/wp-content/plugins/xt-visitor-counter/xt-visitor-counter-widgets.php on line 66

Warning: Undefined array key "online_view" in /home/i7tohfpa1gri/public_html/sampurna.live/wp-content/plugins/xt-visitor-counter/xt-visitor-counter-widgets.php on line 70