ପାଣିପାଗରାଜ୍ୟ

ଅସହ୍ୟ ଗୁଳୁଗୁଳି ପୁଣି ତାତି ଫେରିଲା

ଅସହ୍ୟ ଗୁଳୁଗୁଳି ପୁଣି ତାତି ଫେରିଲା

କାଳବୈଶାଖୀ ଯୋଗୁ ରାଜ୍ୟରେ କିଛି ଦିନ ତାତି କମ୍ ରହିଥିଲା। ତେବେ ଏବେ ପୁଣି ରାଜ୍ୟକୁ ଧୀରେ ଧୀରେ ତାତି ଫେରିଛି । ଗତ ଦୁଇ ଦିନ ଆଭ୍ୟନ୍ତରୀଣ ଓଡ଼ିଶାରେ ତାତି ୨ରୁ ୩ ଡିଗ୍ରି ବଢ଼ିଛି

ଭୁବନେଶ୍ୱର ୦୮.୦୫.୨୦୨୫(ଏସ .ଏମ ) : କାଳବୈଶାଖୀ ଯୋଗୁ ରାଜ୍ୟରେ କିଛି ଦିନ ତାତି କମ୍ ରହିଥିଲା। ତେବେ ଏବେ ପୁଣି ରାଜ୍ୟକୁ ଧୀରେ ଧୀରେ ତାତି ଫେରିଛି । ଗତ ଦୁଇ ଦିନ ଆଭ୍ୟନ୍ତରୀଣ ଓଡ଼ିଶାରେ ତାତି ୨ରୁ ୩ ଡିଗ୍ରି ବଢ଼ିଛି । ଗୁରୁବାରଠାରୁ ରାଜ୍ୟରେ ଗ୍ରୀଷ୍ମପ୍ରବାହ ବଢ଼ିପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ ‌ପୂର୍ବାନୁମାନ କରାଯାଇଛି। ସମ୍ବଲପୁର ଓ ଝାରସୁଗୁଡ଼ାରେ ତାତି ୪୩ ଡିଗ୍ରି ଛୁଇଁବ । ଉପକୂଳ ଓଡ଼ିଶାର ବିଭିନ୍ନ ସ୍ଥାନରେ ପ୍ରବଳ ଗରମ ଓ ଗୁଳୁଗୁଳି ମଧ୍ୟ ହେବ ବୋଲି ପାଣିପାଗ ବିଭାଗ ଆକଳନ କରିଛି ।ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ଯେ, ଗୁରୁବାର ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତିରେ ଅସମ୍ଭାଳ ଗରମ ସହିତ ଗୁଳୁଗୁଳି ସ୍ଥିତି ରହିବାର ସମ୍ଭାବନା ରହିଛି।ସେହିପରି ଶୁକ୍ରବାର ସମ୍ବଲପୁର ଓ ଝାରସୁଗୁଡ଼ାରେ ଗ୍ରୀଷ୍ମପ୍ରବାହ ଅଧିକ ହେବାର ସମ୍ଭାବନା ରହିଛି। ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତିରେ ଅସହ୍ୟ ଗରମ ଓ ଗୁଳୁଗୁଳି ଅନୁଭୂତ ହେବାର ସମ୍ଭାବନା ଥିବା ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ସେହିପରି ଶନିବାର ବାଲେଶ୍ୱର, ଭଦ୍ରକ ଓ ଯାଜପୁରରେ ପ୍ରବଳ ଗରମ ଓ ଗୁଳୁଗୁଳି ହୋଇପାରେ। ମେ’ ୧୧ ରବିବାର ସମ୍ବଲପୁର, ଝାରସୁଗୁଡ଼ା, ବଲାଙ୍ଗିର, ବୌଦ୍ଧ ଓ ସୁନ୍ଦରଗଡ଼ରେ ଗ୍ରୀଷ୍ମପ୍ରବାହ ସ୍ଥିତି ରହିବ। ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତିରେ ଗରମ ଓ ଗୁଳୁଗୁଳି ହେବ।ମେ’ ୧୨ ସୋମବାର ତାରିଖ ପଶ୍ଚିମ ଓଡ଼ିଶାର ବିଭିନ୍ନ ସ୍ଥାନରେ ଝାଞ୍ଜି ବହିବାର ସମ୍ଭବନା ଥିବା ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ସମ୍ବଲପୁର, ଝାରସୁଗୁଡ଼ା, ବଲାଙ୍ଗୀର, ବୌଦ୍ଧ, ସୁନ୍ଦରଗଡ଼, ବରଗଡ଼ ଓ ସୋନପୁରରେ ଗ୍ରୀଷ୍ମ ପ୍ରବାହ ଅଧିକ ହୋଇପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ୧୩ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ଗରମ ଏବଂ ଆର୍ଦ୍ର ପରିସ୍ଥିତି ଜାରି ରହିବାର ସମ୍ଭାବନା ରହିଛି। ପ୍ରବଳ ଗରମ ଏବଂ ଗୁଳୁଗୁଳି ଅନୁଭୂତ ହେବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି।ଏହା ସହିତ ପ୍ରବଳ ବେଗରେ ପବନ ବହିବାର ମଧ୍ୟ ସମ୍ଭାବନା ରହିଛି। ପାଣିପାଗ ବିଭାଗ ଏହି ପରିପ୍ରେକ୍ଷୀରେ କିଛି ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି। ଗ୍ରୀଷ୍ମ ପ୍ରବାହ ପାଇଁ ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ବର, ଗଞ୍ଜାମ, ଗଜପତି, ରାୟଗଡା, କଳାହାଣ୍ଡି, ନବରଙ୍ଗପୁର, ରାୟଗଡା, କୋରାପୁଟ ଏବଂ ମାଲକାନଗିରି ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।ଚଳିତ ମାସର ୧୨ ଏବଂ ୧୩ ତାରିଖ ସୁଦ୍ଧା ଗ୍ରୀଷ୍ମ ପ୍ରବାହ ଆହୁରି ବୃଦ୍ଧି ପାଇବାର ସମ୍ଭାବନା ରହିଛି । ଏହି ୨ ଦିନ ପାଇଁ ୭ଟି ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ଝାରସୁଗୁଡ଼ା, ସୁନ୍ଦରଗଡ଼, ବରଗଡ଼, ସୋନପୁର, ସମ୍ବଲପୁର, ବୌଦ୍ଧ ଏବଂ ବଲାଙ୍ଗୀର ଜିଲ୍ଲା ଅନ୍ତର୍ଭୁକ୍ତ।ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଅନେକ ସ୍ଥାନରେ ତାପମାତ୍ରା ୨ ରୁ ୩ ଡିଗ୍ରି ବୃଦ୍ଧି ପାଇଛି। ଆସନ୍ତାକାଲି ପାରଦ ୪୫ ଡିଗ୍ରି ଛୁଇଁପାରେ। ସେହିପରି ଗତକାଲି ତାପମାତ୍ରା ୪୦ ଡିଗ୍ରି ଅତିକ୍ରମ କରିଥିଲା। ସମ୍ବଲପୁର ୪୧ ଡିଗ୍ରି ସହିତ ସବୁଠାରୁ ଉତ୍ତପ୍ତ ସହର ଥିଲା।

Spread

SampurnaLive

Sampurna Live is Odisha's leading 24x7 news current web and YouTube channel . Development Journalism is our mission. Our vision is to promote people's voice and actions towards healthy society. We think for commonman, reporting for truth. Website =https://sampurna.live Contact number-7846915522 Email-sampurnalive@gmail.com youtube.com/@sampurnalive

Leave a Reply

Your email address will not be published. Required fields are marked *