ଆକାଶ ମାର୍ଗରୁ ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ଦେଖିଲେ ଉପମୁଖ୍ୟମନ୍ତ୍ରୀ
ଆକାଶ ମାର୍ଗରୁ ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ଦେଖିଲେ ଉପମୁଖ୍ୟମନ୍ତ୍ରୀ
ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଗୁରୁବାର ବାଲେଶ୍ୱର ଜିଲ୍ଲା ଗସ୍ତରେ ଯାଇ ଆକାଶ ମାର୍ଗରୁ ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ବୁଲି ଦେଖିଛନ୍ତି । ବନ୍ୟା ଯୋଗୁ ଜିଲ୍ଲାର ୬ଟି ବ୍ଲକ୍ର ୧୫୪ ଗ୍ରାମ ଏବଂ ଜଳେଶ୍ୱର ପୌରପାଳିକାର ୮ଟି ୱାର୍ଡ ବନ୍ୟାଜଳରେ ପ୍ରଭାବିତ ହୋଇଛି…
ବାଲେଶ୍ବର/ଭୁବନେଶ୍ୱର ୦୩-୦୭-୨୦୨୫(ଏସ.ଏମ ): ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଗୁରୁବାର ବାଲେଶ୍ୱର ଜିଲ୍ଲା ଗସ୍ତରେ ଯାଇ ଆକାଶ ମାର୍ଗରୁ ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ବୁଲି ଦେଖିଛନ୍ତି । ବନ୍ୟା ଯୋଗୁ ଜିଲ୍ଲାର ୬ଟି ବ୍ଲକ୍ର ୧୫୪ ଗ୍ରାମ ଏବଂ ଜଳେଶ୍ୱର ପୌରପାଳିକାର ୮ଟି ୱାର୍ଡ ବନ୍ୟାଜଳରେ ପ୍ରଭାବିତ ହୋଇଛି।ଭୋଗରାଇ, ବାଲିଆପାଳ, ବସ୍ତା, ଜଳେଶ୍ୱର, ବାଲେଶ୍ୱର ସଦର ଓ ରେମୁଣାରେ ବନ୍ୟାଜଳରେ ପ୍ରଭାବିତ ହେଉଛି। ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର ଏବଂ ଖାଦ୍ୟ ଯୋଗାଣ ଆଦି ପଦକ୍ଷେପ ସହ ଉଦ୍ଧାର କାର୍ଯ୍ୟ ପାଇଁ ଓଡ୍ରାଫ୍ ଓ ଅଗ୍ନିଶମ ବାହିନୀଙ୍କୁ ନିୟୋଜିତ କରାଯାଇଛି।ଏନେଇ ଉପମୁଖ୍ୟମନ୍ତ୍ରୀ ସୋସିଆଲ ମିଡିଆ ଏକ୍ସରେ ଲେଖିଛନ୍ତି, ‘ଆଜି ବାଲେଶ୍ୱର ଜିଲ୍ଲା ଗସ୍ତରେ ଆକାଶ ମାର୍ଗରୁ ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ବୁଲି ଦେଖିଲି।’