ଦେଶ- ବିଦେଶରାଜନୀତିରାଜ୍ୟ

ଆସନ୍ତା ମାସରେ ଓଡ଼ିଶା ଆସିପାରନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ !

ଆସନ୍ତା ମାସରେ ଓଡ଼ିଶା ଆସିପାରନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ !

ଆସନ୍ତା ମାସରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓଡ଼ିଶା ଆସିପାରନ୍ତି। ଓଡ଼ିଶାରେ ବିଜେପି ସରକାରର ଏକ ବର୍ଷ ପୂର୍ତ୍ତି ଉପଲକ୍ଷେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗ ଦେଇପାରନ୍ତି ପ୍ରଧାନମନ୍ତ୍ରୀ। ଏନେଇ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ସୂଚନା ଦେଇଛନ୍ତି।

ଭୁବନେଶ୍ୱର୧୬-୦୫-୨୦୨୫ (ଏସ.ଏମ ) :  ସନ୍ତା ମାସରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓଡ଼ିଶା ଆସିପାରନ୍ତି। ଓଡ଼ିଶାରେ ବିଜେପି ସରକାରର ଏକ ବର୍ଷ ପୂର୍ତ୍ତି ଉପଲକ୍ଷେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗ ଦେଇପାରନ୍ତି ପ୍ରଧାନମନ୍ତ୍ରୀ। ଏନେଇ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ସୂଚନା ଦେଇଛନ୍ତି।ସେ କହିଛନ୍ତି, ଏନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ସହ ଯୋଗାଯୋଗରେ ଅଛନ୍ତି।ସୁରେଶ ପୂଜାରୀ କହିଛନ୍ତି, ଓଡ଼ିଶାରେ ବି‌ଜେପି ସରକାର ଗଠନ ହେବାର ଏଗାର ମାସରେ ଦିଆଯାଇଥିବା ଅଧିକାଂଶ ପ୍ରତିଣ୍ରୁତି ପୂରଣ କରାଯାଇଛି। ଏଣୁ ଓଡ଼ିଶାରେ ବିଜେପି ସରକାରର ଏକ ବର୍ଷ ପୂର୍ତ୍ତି ଉପଲକ୍ଷେ ଆୟୋଜିତ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ, ଗୃହମନ୍ତ୍ରୀ ଓ କେନ୍ଦ୍ର ମନ୍ତ୍ରିମଣ୍ଡଳର ଅନ୍ୟ ସଦସ୍ୟମାନେ ଯୋଗ ଦେବା ଆମର ଇଚ୍ଛା।

pm

ସୂଚନାଯୋଗ୍ୟ, ଗତବର୍ଷ ଜୁନ୍ ୧୨ ତାରିଖରେ ନୂଆ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନେତୃତ୍ବରେ ଓଡ଼ିଶାରେ ବିଜେପି ସରକାର ପ୍ରତିଷ୍ଠା ହୋଇଥିଲା। ତାଙ୍କ ସହ ଦୁଇ ଉପ ମୁଖ୍ୟମନ୍ତ୍ରୀ, ୮ ଜଣ କ୍ୟାବିନେଟ୍‌ ମନ୍ତ୍ରୀ ଓ ୫ ଜଣ ରାଷ୍ଟ୍ର ମନ୍ତ୍ରୀ ଶପଥ ନେଇଥିଲେ। ବିଜେପି ସରକାରର ଶପଥ ଗ୍ରହଣ ପାଇଁ  ବ୍ୟାପକ ଆୟୋଜନ କରାଯାଇଥିଲା। ଜନତା ମଇଦାନରେ ଶପଥ ଗ୍ରହଣ ଉତ୍ସବର ଭବ୍ୟ ଆୟୋଜନ କରାଯିବା ସହ ସାରା ରାଜଧାନୀକୁ ସଜାଯାଇଥିଲା। ସହରସାରା ବିଜେପି ପତାକା ଛାଇ ଯାଇଥିଲା। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଉତ୍ସବରେ ଯୋଗ ଦେବାକୁ କିଛି ଘଣ୍ଟା ପାଇଁ ଭୁବନେଶ୍ବର ଆସିଥିଲେ। ତାଙ୍କ ସହ କେନ୍ଦ୍ର ମନ୍ତ୍ରୀ ଅମିତ ଶାହ, ରାଜନାଥ ସିଂହ, ନୀତିନ ଗଡ଼କରୀ ଓ ଜେ ପି ନଡ୍ଡାଙ୍କ ସମେତ ୧୦ଟି ବିଜେପି ଶାସିତ ରାଜ୍ୟର ମୁଖ୍ୟମନ୍ତ୍ରୀମାନେ ଯୋଗ ଦେଇଥିଲେ। ଓଡ଼ିଶାର ତିନି କେନ୍ଦ୍ର ମନ୍ତ୍ରୀ ଜୁଏଲ ଓରାମ, ଧର୍ମେନ୍ଦ୍ର ପ୍ରଧାନ ଓ ଅଶ୍ବିନୀ ବୈଷ୍ଣବ, ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ମଧ୍ୟ ଉପସ୍ଥିତ ଥିଲେ।

Spread

SampurnaLive

Sampurna Live is Odisha's leading 24x7 news current web and YouTube channel . Development Journalism is our mission. Our vision is to promote people's voice and actions towards healthy society. We think for commonman, reporting for truth. Website =https://sampurna.live Contact number-7846915522 Email-sampurnalive@gmail.com youtube.com/@sampurnalive

Leave a Reply

Your email address will not be published. Required fields are marked *