ରାଜ୍ୟ

କଟକ-ପାରାଦୀପ ରାସ୍ତାରେ ସଡ଼କ ଦୁର୍ଘଟଣା: ସମବେଦନା ଜଣାଇବା ସହ ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

କଟକ-ପାରାଦୀପ ରାସ୍ତାରେ ସଡ଼କ ଦୁର୍ଘଟଣା

ସମବେଦନା ଜଣାଇବା ସହ ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

କଟକ/ଭୁବନେଶ୍ୱର ୨୨-୦୪-୨୦୨୫( ଏସ .ଏମ ) :  କଟକ-ପାରାଦୀପ ରାସ୍ତାର ଗତିରାଉତପାଟଣାରେ ସଡ଼କ ଦୁର୍ଘଟଣାରେ କର୍ତ୍ତବ୍ୟରତ ୨ଜଣ ପୁଲିସ୍ କର୍ମଚାରୀ (ଜଣେ ଓଏପିଏଫ୍‌ କନ୍‌ଷ୍ଟେବଲ୍ଏବଂ ଜଣେ ହୋମ୍‌ ଗାର୍ଡ)ଙ୍କ ପ୍ରାଣହାନି ବିଷୟରେ ଜାଣି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିବା ସହ ଉଭୟଙ୍କ ନିକଟ ସଂପର୍କୀୟଙ୍କୁ ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ସମବେଦନା ଜଣାଇବା ସହ ଉଭୟ ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ୧୦ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ପ୍ରଦାନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏଥିସହ ଆହତଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି।ସୂଚନାଯୋଗ୍ୟ, କଟକ-ପାରାଦୀପ ରାସ୍ତାର ଗତିରାଉତପାଟଣାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଠାରେ ଏକ ପିସିଆରଭ୍ୟାନକୁ ଟ୍ରକ୍ ଚାପିଦେବା ଫଳରେ ଅକାଳରେ ଚାଲିଯାଇଥିଲା ୨ ପୁଲିସ କର୍ମଚାରୀଙ୍କ ଜୀବନ। ଖାଲି ସେତିକି ନୁହେଁ, ଏଥିରେ ଆଉ ଜଣେ ପୁଲିସ କର୍ମଚାରୀ ଗୁରୁତର ହୋଇଛନ୍ତି। ତାଙ୍କୁ ପୁଲିସ ଉଦ୍ଧାର କରି ଏସସିବିରେ ଭର୍ତ୍ତି କରିଥିବା ଜଣାଯାଇଛି।କଟକ-ପାରାଦୀପ ରାସ୍ତାର ଗତିରାଉତପାଟଣାରେ ସଡ଼କ ଦୁର୍ଘଟଣାରେ କର୍ତ୍ତବ୍ୟରତ ୨ଜଣ ପୁଲିସ୍ କର୍ମଚାରୀ (ଜଣେ ଓଏପିଏଫ୍‌ କନ୍‌ଷ୍ଟେବଲ୍ଏବଂ ଜଣେ ହୋମ୍‌ ଗାର୍ଡ)ଙ୍କ ପ୍ରାଣହାନି ବିଷୟରେ ଜାଣି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିବା ସହ ଉଭୟଙ୍କ ନିକଟ ସଂପର୍କୀୟଙ୍କୁ ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ସମବେଦନା ଜଣାଇବା ସହ ଉଭୟ ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ୧୦ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ପ୍ରଦାନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏଥିସହ ଆହତଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି।କଟକ ଡିସିପି ଋଷିକେଶ ଖିଲାରୀଙ୍କ ସୂଚନା ଅନୁଯାୟୀ, ଭୋର ସମୟରେ ଟ୍ରକଟି ଦ୍ରୁତଗତିରେ ଆସି ମୁହାଁମୁହିଁ ପିସିଆରଭ୍ୟାନକୁ ଧକ୍କା ଦେଇଥିଲା। ଏହାଫଳରେ ଘଟଣାସ୍ଥଳରେ ଜଣେ ଓପିଏଫ୍ ଯବାନ୍ ଓ ଜଣେ ହୋମଗାର୍ଡଙ୍କ ମୃତ୍ୟୁ ହୋଇଛି। ମୃତ ଯବାନଙ୍କ ନାମ ଲୋକନାଥ ଶବର ଓ ତାଙ୍କ ଘର ର‌ାୟଗଡ଼ାରେ ବୋଲି ଜଣାଯାଇଛି। ତେଣେ ହୋମଗାର୍ଡଙ୍କ କଟକ ଜିଲ୍ଲା ‌କିଶୋରନଗରରେ ବୋଲି ସୂଚନା ରହିଛି। ଉଭୟଙ୍କ ପରିବାରକୁ ଘଟଣା ସଂପର୍କରେ ସୂଚନା ଦିଆଯାଇଛି। ଏଣେ ଟ୍ରକ୍ ଚାଳକଙ୍କୁ ପୁଲିସ ଗିରଫ କରି ତଦନ୍ତ ଚଳାଇଛି।

Spread

SampurnaLive

Sampurna Live is Odisha's leading 24x7 news current web and YouTube channel . Development Journalism is our mission. Our vision is to promote people's voice and actions towards healthy society. We think for commonman, reporting for truth. Website =https://sampurna.live Contact number-7846915522 Email-sampurnalive@gmail.com youtube.com/@sampurnalive

Leave a Reply

Your email address will not be published. Required fields are marked *