ଦେଶ- ବିଦେଶରାଜନୀତିରାଜ୍ୟ

କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ

କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ

ଦିଲ୍ଲୀ ଗସ୍ତରେ ଥିବା ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି

ନୂଆଦିଲ୍ଲୀ/ଭୁବନେଶ୍ୱର ୨୮-୦୫-୨୦୨୫(ଏସ .ଏମ ) : ଦିଲ୍ଲୀ ଗସ୍ତରେ ଥିବା ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି। ଦେଶ ଓ ରାଜ୍ୟର ସୁରକ୍ଷା ସଂପର୍କିତ ବିଭିନ୍ନ ଦିଗ ତଥା ପ୍ରତିରକ୍ଷା ଭିତ୍ତିଭୂମି ଓ ଓଡ଼ିଶାର ରଣନୈତିକ ଗୁରୁତ୍ବ ସଂପର୍କରେ ଉଭୟଙ୍କ ମଧ୍ୟରେ ଆଲୋଚନା ହୋଇଥିବା ବିଷୟ ସୋସିଆଲ ମିଡିଆ ଏକ୍ସ ପୋଷ୍ଟରେ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ଲେଖିଛନ୍ତି। କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ସହ ସାର୍ଥକପୂର୍ଣ୍ଣ ବୈଠକ ରହିଥିଲା। ଜାତୀୟ ସୁରକ୍ଷାକୁ ସୁଦୃଢ଼ୀକରଣ ପାଇଁ କେନ୍ଦ୍ରମନ୍ତ୍ରୀଙ୍କ ସହଯୋଗ ଓ ପ୍ରତିବଦ୍ଧତାକୁ ଧନ୍ୟବାଦ ଜଣାଉଛି ବୋଲି ମୁଖ୍ୟମନ୍ତ୍ରୀ ଲେଖିଛନ୍ତି। ସୂଚନାଯୋଗ୍ୟ, ଦିଲ୍ଲୀ‌ ଗସ୍ତରେ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ନିତି ଆୟୋଗର ୧୦ମ ପରିଚାଳନା ପରିଷଦର ବୈଠକ,ଏନ୍‌ଡିଏ ମୁଖ୍ୟମନ୍ତ୍ରୀ ଓ ଉପମୁଖ୍ୟମନ୍ତ୍ରୀଙ୍କ ବୈଠକରେ ଯୋଗଦେବା ସହ ପ୍ରଧାନମନ୍ତ୍ରୀ ମୋଦୀ, କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଜଗତ ପ୍ରକାଶ ନଡ୍ଡା, କେନ୍ଦ୍ର ଆଦିବାସୀ ବ୍ୟାପାର ମନ୍ତ୍ରୀ ଜୁଏଲ ଓରାମ, କେନ୍ଦ୍ର ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ, କେନ୍ଦ୍ର ସଡ଼କ ପରିବହନ ଓ ରାଜପଥ ମନ୍ତ୍ରୀ ନୀତିନ ଗଡ଼କରୀଙ୍କୁ ମଧ୍ୟ ସାକ୍ଷାତ କରିଛନ୍ତି।

Spread

SampurnaLive

Sampurna Live is Odisha's leading 24x7 news current web and YouTube channel . Development Journalism is our mission. Our vision is to promote people's voice and actions towards healthy society. We think for commonman, reporting for truth. Website =https://sampurna.live Contact number-7846915522 Email-sampurnalive@gmail.com youtube.com/@sampurnalive

Leave a Reply

Your email address will not be published. Required fields are marked *