ରାଜନୀତିରାଜ୍ୟ

ପୁରୀରେ ନଡ୍ଡାଙ୍କ ପାଠଶାଳା

ପୁରୀରେ ନଡ୍ଡାଙ୍କ ପାଠଶାଳା

 ସାଂସଦ ଓ ବିଧାୟକଙ୍କୁ ଗୁରୁମନ୍ତ୍ର ଦେବେ ଜେ.ପି ନଡ୍ଡା

ଭୁବନେଶ୍ୱର ୧୨-୦୪-୨୦୨୫(ଏସ. ଏମ ) : ପୁରୀ ସ୍ଥିତ ସ୍ବାମୀ ନାରାୟଣ ମନ୍ଦିରରେ ଆଜିଠାରୁ ଦୁଇ ଦିନିଆ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହେବାକୁ ଯାଉଛି । ଯେଉଁଠି ବିଜେପିର ସାଂସଦ ଓ ବିଧାୟକଙ୍କୁ ପ୍ରଶିକ୍ଷଣ ଦେବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା । ସଙ୍ଗଠନ ଓ ସରକାରଙ୍କ ମଧ୍ୟରେ ଉତ୍ତମ ସମନ୍ଵୟ ପାଇଁ ଦେବେ ପ୍ରଶିକ୍ଷଣ । କେମିତି ତୃଣମୂଳ ସ୍ତରରେ ଲୋକଙ୍କ ସହ ମିଶିବେ, ଉତ୍ତମ ମନ୍ତବ୍ୟ ରଖିବେ… ନଡ୍ଡାଙ୍କ ଠାରୁ ତାଲିମ ନେବେ ନେତା । କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଯୋଜନା, ଲୋକଙ୍କ ପାଖରେ ପହଞ୍ଚାଇବାକୁ ଦିଆଯିବ ତାଲିମ । ପ୍ରଶିକ୍ଷଣ ଶିବିର ଉଦଘାଟନ କରିବା ସହ କର୍ମୀଙ୍କୁ ଗୁରୁମନ୍ତ୍ର ଦେବେ ଜେ ପି ନଡ୍ଡା । ରାଜ୍ୟରେ ବିଜେପି ସରକାର ଗଠନ ହେବାପରେ ଦ୍ଵିତୀୟ ଥର ପାଇଁ ଆୟୋଜନ ହେଉଛି ପ୍ରଶିକ୍ଷଣ ଶିବିର । ୨୦ ଜଣ ଲୋକସଭା ସାଂସଦ, ୩ ରାଜ୍ୟସଭା ସାଂସଦ, ୭୮ ଜଣ ବିଜେପି ବିଧାୟକଙ୍କ ସମେତ ୩ ଜଣ ସ୍ବାଧୀନ ବିଧାୟକ ଭାଗ ନେବେ । ଏଥିସହିତ ବିଜେପିର ରାଜ୍ୟ ସଭାପତି, ସାଧାରଣ ସମ୍ପାଦକ ଓ ଯୋଗଦେବେ ସମସ୍ତ ପଦାଧିକାରୀ ।

Spread

SampurnaLive

Sampurna Live is Odisha's leading 24x7 news current web and YouTube channel . Development Journalism is our mission. Our vision is to promote people's voice and actions towards healthy society. We think for commonman, reporting for truth. Website =https://sampurna.live Contact number-7846915522 Email-sampurnalive@gmail.com youtube.com/@sampurnalive

Leave a Reply

Your email address will not be published. Required fields are marked *