ଦେଶ- ବିଦେଶରାଜନୀତିରାଜ୍ୟ

ବର୍ତ୍ତମାନର ସରକାର ଓଡ଼ିଶାର ଲୋକଙ୍କର ସମ୍ପତ୍ତି ଲୁଟିବାରେ ଲାଗିଛନ୍ତି: ରାହୁଲ ଗାନ୍ଧୀ

ବର୍ତ୍ତମାନର ସରକାର ଓଡ଼ିଶାର ଲୋକଙ୍କର ସମ୍ପତ୍ତି ଲୁଟିବାରେ ଲାଗିଛନ୍ତି: ରାହୁଲ ଗାନ୍ଧୀ

ଲୋକସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଆଜି ଓଡ଼ିଶାରେ ବିଜେପି ଉପରେ ଜୋରଦାର ବର୍ଷିଛନ୍ତି | କଂଗ୍ରେସ ପକ୍ଷରୁ ବରମୁଣ୍ଡା ପଡ଼ିଆରେ ଆୟୋଜିତ ‘ସମ୍ବିଧାନ ବଞ୍ଚାଅ ଦେଶ ବଞ୍ଚାଅ’ ମହାସମାବେଶରେ ସେ ଯୋଗ ଦେଇ କହିଥିଲେ ଯେ ଆମ କର୍ମୀମାନେ ହିଁ ଓଡ଼ିଶାର ରକ୍ଷା କରୁଛନ୍ତି

ଭୁବନେଶ୍ୱର ୧୧-୦୭-୨୦୨୫(ଏସ .ଏମ ) : ଲୋକସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଆଜି ଓଡ଼ିଶାରେ ବିଜେପି ଉପରେ ଜୋରଦାର ବର୍ଷିଛନ୍ତି | କଂଗ୍ରେସ ପକ୍ଷରୁ ବରମୁଣ୍ଡା ପଡ଼ିଆରେ ଆୟୋଜିତ ‘ସମ୍ବିଧାନ ବଞ୍ଚାଅ ଦେଶ ବଞ୍ଚାଅ’ ମହାସମାବେଶରେ ସେ ଯୋଗ ଦେଇ କହିଥିଲେ ଯେ ଆମ କର୍ମୀମାନେ ହିଁ ଓଡ଼ିଶାର ରକ୍ଷା କରୁଛନ୍ତି | ବର୍ତ୍ତମାନର ସରକାର ଓଡ଼ିଶାର ଗରିବ ଲୋକଙ୍କର ସମ୍ପତ୍ତି ଲୁଟିବାରେ ଲାଗିଛନ୍ତି | ରାହୁଲ କହିଛନ୍ତି ଯେ ବିଜେପି ପୁରା ଦେଶରେ ସମ୍ବିଧାନ ଉପରେ ଆକ୍ରମଣ କରୁଛି | ସେ କହିଛନ୍ତି ଯେ ବିହାରରେ ନିର୍ବାଚନ ଚୋରି କରିବାକୁ ଉଦ୍ୟମ ଚାଲିଛି | ମହାରାଷ୍ଟ୍ରରେ ୧ ଲକ୍ଷ ନୂଆ ଭୋଟର୍ କିପରି ଆସିଲେ ବୋଲି ସେ ପ୍ରଶ୍ନ କରିଛନ୍ତି | ସେ କହିଛନ୍ତି ଯେ ମହାରାଷ୍ଟ୍ର ଭଳି ଏବେ ବିହାରରେ ବି ନିର୍ବାଚନ ଚୋରି ଉଦ୍ୟମ ଚାଲିଛି | ଓଡ଼ିଶାରେ ୫ରୁ ୬ଟି କମ୍ପାନୀକୁ ସମସ୍ତ ସମ୍ପତ୍ତି ଟେକିଦିଆଯାଉଛି | ସେ କହିଛନ୍ତି ଯେ ସବୁବେଳେ ଜଳ, ଜମି ଓ ଜଙ୍ଗଲ ଆଦିବାସୀଙ୍କର | ଆଦିବାସୀଙ୍କୁ କିନ୍ତୁ ଜମିପଟ୍ଟା ଦିଆଯାଉନାହିଁ | ଆଦିବାସୀଙ୍କ ପାଇଁ ପେସା ଆଇନ ଲାଗୁକରାଯାଇନାହିଁ | ରାହୁଲ କହିଥିଲେ ଯେ ନିର୍ଯାତିତ ଲୋକଙ୍କ ପାଇଁ କଂଗ୍ରେସ ଠିଆ ହୋଇ ରହିବ | ମୋଦୀ ଫସଲ ବୀମା ଯୋଜନା ଲାଗୁ କରିଥିଲେ, ଏଥିପାଇଁ ମୋଦୀ ଆପଣଙ୍କ ଠାରୁ ଟଙ୍କା ନେଲେ, କିନ୍ତୁ ଚାଷୀଙ୍କୁ କ୍ଷତିପୂରଣ ମିଳୁନି |

ବାସ୍ତବରେ ରାଜ୍ୟରେ ବିଜେପି ସରକାର ଆସିବା ପରେ ଏହା ରାହୁଲ୍‌ଙ୍କ ପ୍ରଥମ ଓଡ଼ିଶା ଗସ୍ତ। ତେଣୁ ରାହୁଲଙ୍କ ଏହି ଗସ୍ତକୁ ରାଜନୈତିକ ମହଲରେ ବେଶ୍‌ ଗୁରୁତ୍ବ ଦିଆଯାଇଛି। ରାଜ୍ୟରେ ବିରୋଧୀ ଦଳ ଭାବେ କଂଗ୍ରେସର ପ୍ରଦର୍ଶନ ଭଲ ଥିଲା ବେଳେ ରାହୁଲଙ୍କ ଗସ୍ତ କଂଗ୍ରେସର ସ୍ଥିତିକୁ ଆହୁରି ମଜଭୁତ କରିଛି । ରାହୁଲ୍‌ଙ୍କ ସହ ଏଆଇସିସିର ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡ୍‌ଗେ ଓ ସାଧାରଣ ସମ୍ପାଦକ କେ ସି ବେଣୁଗୋପାଳ ମଧ୍ୟ ଯୋଗ ଦେଇଛନ୍ତି। ଉଲ୍ଲେଖ ଥାଉ କି ସଭା ସରିବା ପରେ ଚାଷୀଙ୍କର ଦୁଇଟି ପ୍ରତିନିଧି ଦଳକୁ ରାହୁଲ ସାକ୍ଷାତ କରିବାର କାର୍ଯ୍ୟକ୍ରମ ବି ରହିଛି। ଅପରାହ୍ନ ୩ଟାରେ କଂଗ୍ରେସ ଭବନରେ ରାଜନୈତିକ ବ୍ୟାପାର କମିଟି ସହ ବୈଠକ କରିବେ। ଏହାପରେ ବିଧାୟକ ଓ ପିସିସି କାର୍ଯ୍ୟକର୍ତ୍ତାଙ୍କ ସହ ଆଲୋଚନା ହେବ। ସନ୍ଧ୍ୟା ୫ଟାରେ ସେ ଦିଲ୍ଲୀ ଫେରିଯିବାର କାର୍ଯ୍ୟକ୍ରମ ରହିଛି।

Spread

SampurnaLive

Sampurna Live is Odisha's leading 24x7 news current web and YouTube channel . Development Journalism is our mission. Our vision is to promote people's voice and actions towards healthy society. We think for commonman, reporting for truth. Website =https://sampurna.live Contact number-7846915522 Email-sampurnalive@gmail.com youtube.com/@sampurnalive

Leave a Reply

Your email address will not be published. Required fields are marked *