LatestNewsPoliticsରାଜନୀତିରାଜ୍ୟସମସ୍ୟା ଭିତ୍ତିକ ଖବର

ଭିଡ଼ କମାଇବାକୁ କସରତ: ଟ୍ୱିନ୍‌ସିଟି ପୂର୍ତ୍ତ ବିଭାଗ କାର୍ଯ୍ୟର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଭିଡ଼ କମାଇବାକୁ କସରତ: ଟ୍ୱିନ୍‌ସିଟି ପୂର୍ତ୍ତ ବିଭାଗ କାର୍ଯ୍ୟର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଟ୍ୱିନ୍‌ସିଟି ଟ୍ରାଫିକ୍ ଭିଡ଼ ହ୍ରାସ ସହ ସୌନ୍ଦର୍ଯ୍ୟୀକରଣକୁ ପ୍ରାଧାନ୍ୟ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନଚରଣ ମାଝୀ। ଆଜି ମୁଖ୍ୟମନ୍ତ୍ରୀ ଲୋକସେବା ଭବନରେ ଭୁବନେଶ୍ୱର-କଟକ ଟ୍ୱିନ୍‌ସିଟିରେ କାର୍ଯ୍ୟକାରୀ ହେଉଥିବା ପୂର୍ତ୍ତ ବିଭାଗର ବିଭିନ୍ନ କାର୍ଯ୍ୟର ସମୀକ୍ଷା କରିଛନ୍ତି।

ଭୁବନେଶ୍ୱର ୨୪-୦୫-୨୦୨୫(ଏସ.ଏମ ) :  ଟ୍ୱିନ୍‌ସିଟି ଟ୍ରାଫିକ୍ ଭିଡ଼ ହ୍ରାସ ସହ ସୌନ୍ଦର୍ଯ୍ୟୀକରଣକୁ ପ୍ରାଧାନ୍ୟ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନଚରଣ ମାଝୀ। ଆଜି ମୁଖ୍ୟମନ୍ତ୍ରୀ ଲୋକସେବା ଭବନରେ ଭୁବନେଶ୍ୱର-କଟକ ଟ୍ୱିନ୍‌ସିଟିରେ କାର୍ଯ୍ୟକାରୀ ହେଉଥିବା ପୂର୍ତ୍ତ ବିଭାଗର ବିଭିନ୍ନ କାର୍ଯ୍ୟର ସମୀକ୍ଷା କରିଛନ୍ତି। ଜୟଦେବବିହାରରୁ ନନ୍ଦନକାନନ ପର୍ଯ୍ୟନ୍ତ ଏକ ଏଲିଭେଟେଡ୍ କରିଡର, ପଟିଆ ଷ୍ଟେସନ ଛକରୁ ସୁଆଙ୍ଗ ମୌଜା ପର୍ଯ୍ୟନ୍ତ ଦୟା ୱେଷ୍ଟ କେନାଲ ରାସ୍ତା ନିର୍ମାଣ, ସୁନ୍ଦରପଦାରୁ ଜଟଣୀ ରାସ୍ତାର ପ୍ରଶସ୍ତୀକରଣ ଏବଂ କଳ୍ପନା ଛକ, ମ୍ୟୁଜିୟମ ଓ ଶିଶୁଭବନ ଛକରେ ୩ଟି ଫ୍ଲାଏଓଭର୍ ସହିତ ଏଜି ଛକରେ ଏକ ଅଣ୍ଡରପାସ୍ ନିର୍ମାଣ ପାଇଁ ଯୋଜନା କରାଯାଇଛି। ସେହିପରି ଇନଷ୍ଟିଚ୍ୟୁଟ୍‌ ଅଫ୍ ମ୍ୟାଥ୍‌ମେଟିକସ୍‌ରୁ ପଥରଗାଡ଼ିଆ-ଉତ୍କଳ ହସ୍ପିଟାଲ- ରେଲ୍ବିହାର ଦେଇ ଏକାମ୍ରକାନନ ପର୍ଯ୍ୟନ୍ତ ବାମପାର୍ଶ୍ବ ରାସ୍ତା କାମ ମଧ୍ୟ ଜାରି ରହିଛି। ଏହା ସହ ଡମଣାରୁ ପ୍ରେସ୍ ଛକ, କଳାରାହାଙ୍ଗରୁ ବରିମୁଣ୍ଡ ଓ କେଳୁଚରଣ ପାର୍କରୁ ବରିମୁଣ୍ଡ ପର୍ଯ୍ୟନ୍ତ ୩ଟି ଡାହାଣ ପାଖ ସଂଯୋଗ ରାସ୍ତା ନିର୍ମାଣ ପାଇଁ ଯୋଜନା କରାଯାଇଛି।

ଟ୍ୱିନ୍‌ସିଟି ପୂର୍ତ୍ତ ବିଭାଗ କାର୍ଯ୍ୟର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ
ଜୟଦେବ ବିହାରରୁ ନନ୍ଦନକାନନ ପର୍ଯ୍ୟନ୍ତ ଏଲିଭେଟେଡ୍ କରିଡର
ବିସ୍ଥାପିତ ହେବେ ୩୬୬ ପରିବାର

ଏହା ସହିତ ଏକ ଇନର୍ ରିଙ୍ଗ୍ ରୋଡ୍ ମଧ୍ୟ ନିର୍ମାଣ କରାଯିବ। ଏହି ସମସ୍ତ ନିର୍ମାଣ ଦ୍ୱାରା ଭୁବନେଶ୍ୱରରେ ବଢୁଥିବା ଟ୍ରାଫିକ ସମସ୍ୟାର ସମାଧାନ ହୋଇପାରିବ ଏବଂ ଭୁବନେଶ୍ୱର ସହରର ସୌନ୍ଦର୍ଯ୍ୟୀକରଣରେ ବିଶେଷ ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ ଆଶାବ୍ୟକ୍ତ କରିଥିଲେ। ଏହି ନିର୍ମାଣ ଯୋଗୁ ବିସ୍ଥାପିତ ହେବାକୁ ଥିବା ପ୍ରାୟ ୩୬୬ଟି ପରିବାରକୁ ଥଇଥାନ କରାଯିବା ସହିତ ସେମାନଙ୍କୁ ଆର୍ଥିକ ସହାୟତା ପ୍ରଦାନ କରାଯିବ ବୋଲି ବୈଠକରେ ନିଷ୍ପତ୍ତି ହୋଇଛି। ବୈଠକରେ ପୂର୍ତ୍ତ, ଆଇନ ଓ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ, ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡ. କୃଷ୍ଣଚନ୍ଦ୍ର ମହାପାତ୍ର, ମୁଖ୍ୟଶାସନ ସଚିବ ମନୋଜ ଆହୁଜା, ଉନ୍ନୟନ କମିସନର ଅନୁ ଗର୍ଗ, ପୂର୍ତ୍ତ ବିଭାଗର ପ୍ରମୁଖ ଶାସନ ସଚିବ ସଞ୍ଜୟ କୁମାର ସିଂହ, ଗୃହନିର୍ମାଣ ଓ ନଗର ଉନ୍ନୟନ ବିଭାଗର ପ୍ରମୁଖ ଶାସନ ସଚିବ ଉଷା ପାଢୀ, ଅର୍ଥ ବିଭାଗର ପ୍ରମୁଖ ଶାସନ ସଚିବ ଶାଶ୍ବତ ମିଶ୍ର, ପୋଲିସ କମିସନର ଏସ୍. ଦେବଦତ୍ତ ସିଂହ ଏବଂ ଅନ୍ୟ ବରିଷ୍ଠ ଅଧିକାରୀ ମାନେ ଉପସ୍ଥିତ ଥିଲେ।

Spread

SampurnaLive

Sampurna Live is Odisha's leading 24x7 news current web and YouTube channel . Development Journalism is our mission. Our vision is to promote people's voice and actions towards healthy society. We think for commonman, reporting for truth. Website =https://sampurna.live Contact number-7846915522 Email-sampurnalive@gmail.com youtube.com/@sampurnalive

Leave a Reply

Your email address will not be published. Required fields are marked *