ଦେଶ- ବିଦେଶବିଶେଷ ସ୍ତମ୍ବରାଜ୍ୟ

ମହାପ୍ରଭୁଙ୍କ ସନ୍ଧ୍ୟା ଦର୍ଶନ ଆଜି

ମହାପ୍ରଭୁଙ୍କ ସନ୍ଧ୍ୟା ଦର୍ଶନ ଆଜି…

ସରି ଆସୁଛି ନବଦିନାତ୍ମକ ଯାତ୍ରା। ଆସନ୍ତାକାଲି (ଶୁକ୍ରବାର) ଜନ୍ମବେଦିରେ ମହାପ୍ରଭୁଙ୍କ ସଂଧ୍ୟା ଦର୍ଶନ। ଏହା ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଚାଲିବ ବୋଲି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ ସୂଚନା ଦେଇଛନ୍ତି।

ପୁରୀ ୦୪-୦୭-୨୦୨୫(ଏସ.ଏମ. ) :  ରି ଆସୁଛି ନବଦିନାତ୍ମକ ଯାତ୍ରା। ଆସନ୍ତାକାଲି (ଶୁକ୍ରବାର) ଜନ୍ମବେଦିରେ ମହାପ୍ରଭୁଙ୍କ ସଂଧ୍ୟା ଦର୍ଶନ। ଏହା ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଚାଲିବ ବୋଲି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ ସୂଚନା ଦେଇଛନ୍ତି। ନବଦିନାତ୍ମକ ଶ୍ରୀଗୁଣ୍ଡିଚା ଯାତ୍ରାରେ ବାହାରିଥିବା ମହାପ୍ରଭୁଙ୍କ ଜନ୍ମବେଦିରେ ଏହା ଶେଷ ଦର୍ଶନ। ପ୍ରତିବର୍ଷ ସନ୍ଧ୍ୟା ଦର୍ଶନରେ ଭକ୍ତଙ୍କ ପ୍ରବଳ ସମାଗମ ଦୃଷ୍ଟିରୁ ଶୃଙ୍ଖଳିତ ଦର୍ଶନ ପାଇଁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା କରାଯାଇଛି। ଗୁଣ୍ଡିଚା ମନ୍ଦିର ସିଂହଦ୍ୱାର ଦେଇ ଭକ୍ତମାନେ ପ୍ରବେଶ କରି ମହାପ୍ରଭୁଙ୍କ ସଂଧ୍ୟା ଦର୍ଶନ ସାରି ନାକଚଣା ଦ୍ୱାର ଦେଇ ବାହାରିବାର ବ୍ୟବସ୍ଥା କରାଯାଇଛି। ବ୍ୟବସ୍ଥାବଳୀ ମୁତାବକ, ଭକ୍ତମାନେ ଭୋର ୫ଟାରୁ କେବଳ ବାହାରକାଠ ନିକଟରେ ଦର୍ଶନ କରିବେ। ଏହାପରେ ଦର୍ଶନ ବନ୍ଦ କରାଯାଇ ବାହୁଡ଼ା ପହଣ୍ଡି ପାଇଁ ପ୍ରସ୍ତୁତି ଆରମ୍ଭ ହେବ। ଆଡ଼ପ ଦର୍ଶନ ପାଇଁ ବଢ଼ିଲାଣି ଗହଳି। ସନ୍ଧ୍ୟା ଦର୍ଶନ ଦିନ ଟିକେଟ୍‌ଧାରୀ ଗର୍ଭଗୃହକୁ ପ୍ରବେଶ କରିପାରିବେ ନାହିଁ। ମାତ୍ର ସେବକ ପରିବାରର ମହିଳାମାନଙ୍କୁ ଏହି ସ୍ବତନ୍ତ୍ର ସୁବିଧା ପ୍ରଦାନ କରାଯିବ। ଦର୍ଶନ ବନ୍ଦ ହେଲେ ମଧ୍ୟ କେବଳ ଆନନ୍ଦ ବଜାରକୁ ଯିବା ଆସିବା କରିବା ପାଇଁ ଶ୍ରୀଗୁଣ୍ଡିଚା ମନ୍ଦିରର ନାକଚଣା ଦ୍ବାର ଖୋଲା ରହିବ। ଦର୍ଶନ ବନ୍ଦ ରହିଲେ ମଧ୍ୟ ଆଡ଼ପ ଅବଢ଼ା ରାତି ୧୨ଟା ପର୍ଯ୍ୟନ୍ତ ଉପଲବ୍ଧ ହେବ। ଭକ୍ତମାନେ ନାକଚଣା ଦ୍ବାର ଦେଇ ଆନନ୍ଦବଜାରରୁ ଆଡ଼ପ ଅବଢ଼ା ଆଣିପାରିବେ। ଏଣେ ଶରଧାବାଲି ଉତ୍ସବମୁଖର ହୋଇଉଠିଛି। ଗତକାଲି ତିନି ରଥର ଦକ୍ଷିଣ ମୋଡ଼ ନୀତି ଥିଲେ ବି ସନ୍ଧ୍ୟା ହୋଇଯିବା ଓ ବର୍ଷା ଯୋଗୁଁ ନନ୍ଦିଘୋଷ ରଥ ଦକ୍ଷିଣାଭିମୁଖୀ ହୋଇ ପାରିନଥିଲା। କେବଳ ଦର୍ପଦଳନ ଓ ତାଳଧ୍ବଜ ରଥ ଶରଧାବାଲିରେ ଦକ୍ଷିଣ ମୋଡ଼ ନେଇ ରହିଥିଲେ। ଆଜି ନନ୍ଦିଘୋଷ ରଥକୁ ଶରଧାବାଲିରେ ଦକ୍ଷିଣମୋଡ଼ କରି ରଖାଯାଇଛି।ସନ୍ଧ୍ୟା ଦର୍ଶନ ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସ୍ୱତନ୍ତ୍ର ନୀତି ନିର୍ଘଣ୍ଟ କରାଯାଇଛି। ନିର୍ଘଣ୍ଟ ନୀତି ଅନୁଯାୟୀ, ଆସନ୍ତାକାଲି ଭୋର ୪ଟାରେ ଦ୍ୱାରଫିଟା, ସାଢ଼େ ୪ଟାରେ ମଙ୍ଗଳ ଆଳତି ଓ ଅନ୍ୟ ନୀତି ବଢ଼ିବ। ସକାଳ ୭ଟାରେ ବେଶ ଶେଷ ସହ ହେବ। ସାଢ଼େ ୭ଟାରେ ଗୋପାଳବଲ୍ଲଭ ନୀତି ସଂପନ୍ନ ସହ ଅନ୍ୟ ନୀତି ବଢ଼ିବ। ଅପରାହ୍ଣ ୨ଟାରୁ ସାଢ଼େ ୩ଟା ଦ୍ୱିତୀୟ ଭୋଗମଣ୍ଡପ, ୫ଟାରେ ସନ୍ଧ୍ୟା ଆଳତି, ସନ୍ଧ୍ୟା ଧୂପ ନୀତି ସହ ଅନ୍ୟାନ୍ୟ ନୀତିକାନ୍ତି ଅନୁଷ୍ଠିତ ହେବ। ସନ୍ଧ୍ୟା ୭ଟାରେ ଭକ୍ତଙ୍କ ଦର୍ଶନ ବନ୍ଦ ପରେ ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରାର ପ୍ରସ୍ତୁତି ଆରମ୍ଭ ହେବ। ଆସନ୍ତା ୫ ତାରିଖରେ ବାହୁଡ଼ା ନୀତି ଶେଷ ପରେ ଅପରାହ୍ଣ ୪ଟାରେ ରଥଟଣା ଆରମ୍ଭ ହେବ। ଆସନ୍ତା ୫ ତାରିଖରେ ବାହୁଡ଼ା ଯାତ୍ରା ପରେ ୬ ତାରିଖରେ ସୁନାବେଶ, ୭ ତାରିଖରେ ଅଧରନୀତି, ୮ ତାରିଖରେ ନୀଳାଦ୍ରିବିଜେ ନୀତି ଅନୁଷ୍ଠିତ ହେବ।

Spread

SampurnaLive

Sampurna Live is Odisha's leading 24x7 news current web and YouTube channel . Development Journalism is our mission. Our vision is to promote people's voice and actions towards healthy society. We think for commonman, reporting for truth. Website =https://sampurna.live Contact number-7846915522 Email-sampurnalive@gmail.com youtube.com/@sampurnalive

Leave a Reply

Your email address will not be published. Required fields are marked *