ରାଜ୍ୟ

ମେ’ ୨ରୁ ଓଜେଇଇ ପରୀକ୍ଷା

 ମେ’ ୨ରୁ ଓଜେଇଇ ପରୀକ୍ଷା

ଓଜେଇଇ ପରୀକ୍ଷା ପାଇଁ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ଆସନ୍ତା ମେ’ ୨ରୁ ଏହା ଆରମ୍ଭ ହୋଇ ୧୨ ତାରିଖ ପର୍ଯ୍ୟନ୍ତ ଚାଲିବ। ରାଜ୍ୟ ଭିତରେ ଓ ରାଜ୍ୟ ବାହାରେ କେନ୍ଦ୍ରରେ ଓଜେଇଇ ପରୀକ୍ଷା ହେବ। ତିନିଟି ସିଫ୍ଟରେ ଏହି ପରୀକ୍ଷା ହେବ।

ଭୁବନେଶ୍ୱର ୨୯.୦୪.୨୦୨୫(ଏସ .ଏମ ) :  ଜେଇଇ ପରୀକ୍ଷା ପାଇଁ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ଆସନ୍ତା ମେ’ ୨ରୁ ଏହା ଆରମ୍ଭ ହୋଇ ୧୨ ତାରିଖ ପର୍ଯ୍ୟନ୍ତ ଚାଲିବ। ରାଜ୍ୟ ଭିତରେ ୩୦ଟି ଓ ରାଜ୍ୟ ବାହାରେ ୩ଟି କେନ୍ଦ୍ରରେ ଓଜେଇଇ ପରୀକ୍ଷା ହେବ। ତିନିଟି ସିଫ୍ଟରେ ଏହି ପରୀକ୍ଷା ହେବ। ସାଢ଼େ ୮ଟାରୁ ସାଢ଼େ ୧୦ଟା, ସାଢ଼େ ୧୨ଟାରୁ ସାଢ଼େ ୨ଟା, ଏବଂ ସାଢ଼େ ୪ଟାରୁ ସାଢ଼େ ୬ଟା ଯାଏ ଏହି ପରୀକ୍ଷା ଚାଲିବ। ୨ ତାରିଖରେ ତିନିଟି ସିଫ୍ଟରେ ବି.ଫାର୍ମା ପରୀକ୍ଷା ହେବ।ରାଜ୍ୟରେ ଥିବା ସରକାରୀ ଓ ଘରୋଇ ବିଶ୍ବବିଦ୍ୟାଳୟ ଓ କଲେଜର ବି.ଫାର୍ମା, ଏମ୍‌ସିଏ, ଏମ୍‌.ଏସ୍‌ସି(କମ୍ପ୍ୟୁଟର ସାଇନ୍ସ), ଏମ୍‌ବିଏ, ଇଣ୍ଟିଗ୍ରେଟେଡ୍‌ ଏମ୍‌ବିଏ, ବି.କାର୍ଟ, ଏମ୍‌.ଟେକ୍‌, ଏମ୍‌.ଟେକ୍‌(ପାର୍ଟ-ଟାଇମ୍‌), ଏମ୍‌.ଆର୍କ, ଏମ୍‌.ପ୍ଲାନ୍‌, ଏମ୍‌.ଫାର୍ମା ଓ ଲାଟେରାଲ ଏଣ୍ଟ୍ରି ବି.ଟେକ୍‌ ଓ ଲାଟେରାଲ୍‌ ଏଣ୍ଟ୍ରି ବି.ଫାର୍ମା ପାଠ୍ୟକ୍ରମରେ ନାମଲେଖା ଲାଗି ଏହି ପ୍ରବେଶିକା ପରୀକ୍ଷା କରାଯିବ।

Spread

SampurnaLive

Sampurna Live is Odisha's leading 24x7 news current web and YouTube channel . Development Journalism is our mission. Our vision is to promote people's voice and actions towards healthy society. We think for commonman, reporting for truth. Website =https://sampurna.live Contact number-7846915522 Email-sampurnalive@gmail.com youtube.com/@sampurnalive

Leave a Reply

Your email address will not be published. Required fields are marked *