ରାଜ୍ୟସମସ୍ୟା ଭିତ୍ତିକ ଖବରସ୍ୱାସ୍ଥ୍ୟ /ରୋଗ ଆରୋଗ୍ୟ

ରାଜ୍ୟରେ ବୃଦ୍ଧି ପାଉଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା

ରାଜ୍ୟରେ ବୃଦ୍ଧି ପାଉଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା

ରାଜ୍ୟରେ ଆଉ ୭ ନୂଆ କୋଭିଡ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାଫଳରେ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪୫କୁ ବୃଦ୍ଧି ପାଇଛି। ସେମାନଙ୍କ ମଧ୍ୟରୁ ୧୨ଜଣ ସୁସ୍ଥ ହୋଇସାରିଲେଣି। ଏବେ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୩

ଭୁବନେଶ୍ବର/୦୮-୦୬-୨୦୨୫ (ଏସ .ଏମ ) :  ରାଜ୍ୟରେ ଆଉ ୭ ନୂଆ କୋଭିଡ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାଫଳରେ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪୫କୁ ବୃଦ୍ଧି ପାଇଛି। ସେମାନଙ୍କ ମଧ୍ୟରୁ ୧୨ଜଣ ସୁସ୍ଥ ହୋଇସାରିଲେଣି। ଏବେ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୩। ଆଜି ଏନେଇ ସୂଚନା ଦେଇଛନ୍ତି ଜନସ୍ବାସ୍ଥ୍ୟ ନିର୍ଦେଶକ ନୀଳକଣ୍ଠ ମିଶ୍ର।ବର୍ତ୍ତମାନ ସୁଦ୍ଧା କଟକ ଜିଲ୍ଲାରେ ୨୨ ଜଣ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ସମସ୍ତଙ୍କ ସ୍ବାସ୍ଥ୍ୟବସ୍ଥା ଭଲ ରହିଛି । ଏମାନଙ୍କ ମଧ୍ୟରୁ ୫ ଜଣ ହସ୍ପିଟାଲରେ ଥିବା ବେଳେ ବାକି ୧୭ ଜଣ ହୋମ କ୍ୱାରେଣ୍ଟାଇନରେ ଅଛନ୍ତି । ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ କହିଛନ୍ତି, କଟକରେ ଭୟାବହ ପରିସ୍ଥିତି ନାହିଁ । ଲକ୍ଷଣ ଥିଲେ ଘରେ ରୁହନ୍ତୁ, ମାସ୍କ ପିନ୍ଧନ୍ତୁ, ଭିଡ଼ ଭିତରକୁ ଯାଆନ୍ତୁ ନାହିଁ, ଚିକିତ୍ସା କରାନ୍ତୁ ବୋଲି ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଡାକ୍ତର ପ୍ରଶାନ୍ତ କୁମାର ହୋତା କହିଛନ୍ତି ।

ଏଣେ ଭାରତରେ ଦିନକୁ ଦିନ ବଢ଼ି ବଢ଼ି ଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ବର୍ତ୍ତମାନ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୬ ହଜାର ମୁହାଁ ହୋଇଛି । ସକ୍ରିୟ ସଂକ୍ରମଣ ମାମଲା ୫ ହଜାର ୭୫୫ ରେ ପହଞ୍ଚିଛି।କେରଳରେ ସର୍ବାଧିକ ୧୮୦୬ ଟି ମାମଲା ଚିହ୍ନଟ ହୋଇଥିବା ବେଳେ ଗୁଜରାଟରେ ୭୧୭, ଦିଲ୍ଲୀରେ ୬୬୫ ଏବଂ ମହାରାଷ୍ଟ୍ରରେ ସକ୍ରିୟ ମାମଲା ୫୭୭ ରହିଛି । ସେହିପରି କର୍ଣ୍ଣାଟକ ଓ ଉତ୍ତରପ୍ରଦେଶରେ ଯଥାକ୍ରମେ ୪୪୪ ଏବଂ ୨୮୮ ମାମଲା ଚିହ୍ନଟ ହୋଇଥିବା ବେଳେ ତାମିଲନାଡୁରେ ୨୦୮ ଟି ମାମଲା ଚିହ୍ନଟ କରିଛି ସ୍ବାସ୍ଥ୍ୟ ବିଭାଗ । କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଏହାର ମୁକାବିଲା ଲାଗି ରାଜ୍ୟମାନଙ୍କୁ ଉପଯୁକ୍ତ ସ୍ବାସ୍ଥ୍ୟସେବା ଭିତ୍ତିଭୂମି ଓ ଯଥେଷ୍ଟ ପରିମାଣର ଅକ୍ସିଜେନ୍ ସିଲିଣ୍ଡର ଗଚ୍ଛିତ ରଖିବାକୁ ମାର୍ଗଦର୍ଶିକା ଜାରି କରିଛନ୍ତି। ହାତ ସାନିଟାଇଜ କରିବା, କାଶ କିମ୍ବା ଛିଙ୍କ ହେଲେ ରୁମାଲ ବା ମାସ୍କ ବ୍ୟବହାର କରିବା, ଶରୀର ଅସୁସ୍ଥ ଥିଲେ ଭିଡ଼ଠୁ ଦୂରେଇ ରହିବାକୁ ପରାମର୍ଶ ଦେଇଛି ମନ୍ତ୍ରାଳୟ। ସେହିପରି ଶ୍ବାସଜନିତ ସମସ୍ୟା କିମ୍ବା ଅସୁସ୍ଥ ଅନୁଭବ କଲେ ତୁରନ୍ତ ବିଶେଷଜ୍ଞଙ୍କ ପରାମର୍ଶ ନେବାକୁ ପରାମର୍ଶ ଦିଆଯାଇଛି । ଅଯଥା ଗୁଜବକୁ ବିଶ୍ବାସ ନକରିବାକୁ କହିଛି ମନ୍ତ୍ରାଳୟ । ସେପଟେ ସମସ୍ତ ରାଜ୍ୟକୁ ଆବଶ୍ୟକୀୟ ପରିମାଣର ଅକ୍ସିଜେନ ମହଜୁଦ ରଖିବା ସହ ମେଡ଼ିକାଲ ବେଡ, ଭେଣ୍ଟିଲେଟର, ଆବଶ୍ୟକୀୟ ପରିମାଣର ଔଷଧ ମହଜୁଦ ରଖିବାକୁ ନିର୍ଦ୍ଦେଶ ଦେଇଛି ସ୍ବାସ୍ଥ୍ୟ ବିଭାଗ ।

ମାର୍ଗଦର୍ଶିକା ଆସିବା ପୂର୍ବରୁ କ୍ୟାପିଟାଲ ହସ୍ପିଟାଲରେ ଜରୁରୀକାଳୀନ ମକଡ୍ରିଲ କରାଯାଇଥିବା ସୂଚନା ଦେଇଛନ୍ତି କ୍ୟାପିଟାଲ ହସ୍ପିଟାଲ ଉପ-ଅଧିକ୍ଷକ । ଅକ୍ସିଜେନ ଯାଞ୍ଚ ସମେତ ଆଇସୋଲେସନ ୱାର୍ଡ ପ୍ରସ୍ତୁତ ରଖାଯାଇଛି । ଏହା ସହ ଆବଶ୍ୟକସ୍ଥଳେ ହସ୍ପିଟାଲର ଆଇସିୟୁରେ ଭର୍ତ୍ତି ହୋଇଥିବା ରୋଗୀଙ୍କ କୋଭିଡ ପରୀକ୍ଷା କରାଯାଉଛି ।

ରାଜ୍ୟରେ ଆଉ ୭ ନୂଆ କୋଭିଡ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାଫଳରେ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪୫କୁ ବୃଦ୍ଧି ପାଇଛି। ସେମାନଙ୍କ ମଧ୍ୟରୁ ୧୨ଜଣ ସୁସ୍ଥ ହୋଇସାରିଲେଣି। ଏବେ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୩। ଆଜି ଏନେଇ ସୂଚନା ଦେଇଛନ୍ତି ଜନସ୍ବାସ୍ଥ୍ୟ ନିର୍ଦେଶକ ନୀଳକଣ୍ଠ ମିଶ୍ର।
ସ୍ବାସ୍ଥ୍ୟ ବିଶେଷଜ୍ଞଙ୍କ ମତରେ ଏହି ପ୍ରଜାତି ୨୦୨୩ ଅଗଷ୍ଟରେ ଚିହ୍ନଟ ହୋଇଥିଲା। ଏହା ଓମିକ୍ରନ୍‌ର ଏକ ଉପପ୍ରଜାତି; ସେତେଟା ଘାତକ ନୁହେଁ। ଏଥିରେ ମଧ୍ୟମ ଧରଣର ଜ୍ବର, କାଶ ଓ ଥଣ୍ଡା ହୋଇଥାଏ। ତେବେ ବୟସ୍କ ଓ ଏକାଧିକ ଜଟିଳ ରୋଗ ଥିବା ବ୍ୟକ୍ତିମାନଙ୍କ ପାଇଁ ଏହା ଘାତକ ହୋଇପାରେ। ତେଣୁ ଏହି ବର୍ଗର ଲୋକମାନେ କୋଭିଡ୍‌ ନିର୍ଦ୍ଦେଶାବଳୀକୁ ପାଳନ କରିବାର ଆବଶ୍ୟକତା ରହିଛି।

Spread

SampurnaLive

Sampurna Live is Odisha's leading 24x7 news current web and YouTube channel . Development Journalism is our mission. Our vision is to promote people's voice and actions towards healthy society. We think for commonman, reporting for truth. Website =https://sampurna.live Contact number-7846915522 Email-sampurnalive@gmail.com youtube.com/@sampurnalive

Leave a Reply

Your email address will not be published. Required fields are marked *