ଘଟଣା ଦୁର୍ଘଟଣାରାଜ୍ୟ

ରାଷ୍ଟ୍ରପତି ପୁରସ୍କାରପ୍ରାପ୍ତ ଶିକ୍ଷକଙ୍କୁ ଭୁବନେଶ୍ୱରରେ ଆକ୍ରମଣ

ରାଷ୍ଟ୍ରପତି ପୁରସ୍କାରପ୍ରାପ୍ତ ଶିକ୍ଷକଙ୍କୁ ଭୁବନେଶ୍ୱରରେ ଆକ୍ରମଣ

ରାୟଗଡ଼ା ଜିଲ୍ଲାର ସ୍ବନାମଧନ୍ୟ ରାଷ୍ଟ୍ରପତି ପୁରସ୍କାରପ୍ରାପ୍ତ ଶିକ୍ଷକ  ଦ୍ବିତୀଚନ୍ଦ୍ର ସାହୁଙ୍କୁ ଭୁବନେଶ୍ୱରର ରେଳବାଇ ଷ୍ଟେସନ ନିକଟରେ ମରଣାନ୍ତକ ଆକ୍ରମଣ ହୋଇଥିବା ଜଣାପଡିଛି I

ରାୟଗଡ଼ା/ଭୁବନେଶ୍ୱର ୧୩-୧୦-୨୦୨୫(ଏସ.ଏମ. ) :  ରାୟଗଡ଼ା ଜିଲ୍ଲାର ସ୍ବନାମଧନ୍ୟ ରାଷ୍ଟ୍ରପତି ପୁରସ୍କାରପ୍ରାପ୍ତ ଶିକ୍ଷକ ଦ୍ବିତୀଚନ୍ଦ୍ର ସାହୁଙ୍କୁ ଭୁବନେଶ୍ୱରର ରେଳବାଇ ଷ୍ଟେସନ ନିକଟରେ ମରଣାନ୍ତକ ଆକ୍ରମଣ ହୋଇଥିବା ଜଣାପଡିଛି I ସୂଚନାରୁ ଜଣାଯାଇଛି ଆଜି ଶ୍ରୀସାହୁ ସରକାରୀ କାର୍ଯ୍ୟରେ ଭୁବନେଶ୍ୱର ଯାଇଥିଲେ I ଭୁବନେଶ୍ୱର ରେଳବାଇ ଷ୍ଟେସନ ନିକଟରେ ସେ ଚାଲିଚାଲି ଯାଉଥିବା ବେଳେ ଅଜଣା ଦୁର୍ବୃତ୍ତ ତାଙ୍କୁ କାଠଫାଳିଆରେ ଆକ୍ରମଣ କରିଥିବା ଜଣାପଡିଛି I ଆକ୍ରମଣରେ ତାଙ୍କ ମୁଣ୍ଡ ଫାଟିଯାଇ ଗଭୀର କ୍ଷତ ସୃଷ୍ଟି ହୋଇଛି I ଗୁରୁତର ଅବସ୍ଥାରେ ତାଙ୍କୁ ଡାକ୍ତରଖାନାରେ ଭର୍ତି କରାଯାଇଛି। ମୁଣ୍ଡରେ ୧୨ଟି ଷ୍ଟିଚ ପଡିଥିବା ସୂଚନା ମିଳିଛି Iରାୟଗଡ଼ା ଜିଲ୍ଲାର ସ୍ବନାମଧନ୍ୟ ରାଷ୍ଟ୍ରପତି ପୁରସ୍କାରପ୍ରାପ୍ତ ଶିକ୍ଷକ ଦ୍ବିତୀଚନ୍ଦ୍ର ସାହୁଙ୍କୁ ଭୁବନେଶ୍ୱରର ରେଳବାଇ ଷ୍ଟେସନ ନିକଟରେ ମରଣାନ୍ତକ ଆକ୍ରମଣ ହୋଇଥିବା ଜଣାପଡିଛି I ସୂଚନାରୁ ଜଣାଯାଇଛି ଆଜି ଶ୍ରୀସାହୁ ସରକାରୀ କାର୍ଯ୍ୟରେ ଭୁବନେଶ୍ୱର ଯାଇଥିଲେ I ଭୁବନେଶ୍ୱର ରେଳବାଇ ଷ୍ଟେସନ ନିକଟରେ ସେ ଚାଲିଚାଲି ଯାଉଥିବା ବେଳେ ଅଜଣା ଦୁର୍ବୃତ୍ତ ତାଙ୍କୁ କାଠଫାଳିଆରେ ଆକ୍ରମଣ କରିଥିବା ଜଣାପଡିଛି I ଆକ୍ରମଣରେ ତାଙ୍କ ମୁଣ୍ଡ ଫାଟିଯାଇ ଗଭୀର କ୍ଷତ ସୃଷ୍ଟି ହୋଇଛି I ଗୁରୁତର ଅବସ୍ଥାରେ ତାଙ୍କୁ ଡାକ୍ତରଖାନାରେ ଭର୍ତି କରାଯାଇଛି।ଆକ୍ରମଣ କରିଥିବା ଦୁର୍ବୃତ୍ତ ଘଟଣାସ୍ଥଳରୁ ଫେରାର ହୋଇଯାଇଛିI ଆକ୍ରମଣକୁ ଦୃଢ଼ତାର ସହ ନିନ୍ଦା କରିବା ସହ ଦୋଷୀଙ୍କୁ ଧରି କଠୋର କାର୍ଯ୍ୟାନୁଷ୍ଠାନ ନିଆଯାଉ ବୋଲି ରାୟଗଡ଼ା ଶିକ୍ଷକ ସଂଘ ଦାବି କରିଛି I କିଏ କାହିଁକି ତାଙ୍କୁ ଆକ୍ରମଣ କରିଲା ସ୍ପଷ୍ଟ ହୋଇନି I ପୁଲିସ ଘଟଣାର ତଦନ୍ତ କରୁଛି I

Spread

SampurnaLive

Sampurna Live is Odisha's leading 24x7 news current web and YouTube channel . Development Journalism is our mission. Our vision is to promote people's voice and actions towards healthy society. We think for commonman, reporting for truth. Website =https://sampurna.live Contact number-7846915522 Email-sampurnalive@gmail.com youtube.com/@sampurnalive

Leave a Reply

Your email address will not be published. Required fields are marked *