ରାଜନୀତିରାଜ୍ୟସମସ୍ୟା ଭିତ୍ତିକ ଖବର

ଲୋୟର ପିଏମଜିରେ ପୋଲିସ-ବିଜେଡି କର୍ମୀ ମୁହାଁମୁହିଁ

ଲୋୟର ପିଏମଜିରେ ପୋଲିସ-ବିଜେଡି କର୍ମୀ ମୁହାଁମୁହିଁ

ଫକୀରମୋହନ କଲେଜ ଛାତ୍ରୀଙ୍କ ମୃତ୍ୟୁକୁ ନେଇ ବିଜେଡିର ପ୍ରତିବାଦ ବେଳେ ପୋଲିସ-ବିଜେଡି କର୍ମୀ ଧସ୍ତାଧସ୍ତି । ଭୁବନେଶ୍ୱରର ଲୋକସେବା ଭବନ ଘେରାଉ କରିବାକୁ ଯିବା ବେଳେ ହଜାର ହଜାର ବିଜେଡି କର୍ମୀଙ୍କୁ ଅଟକାଇଛି ପୋଲିସ

ଭୁବନେଶ୍ବର୧୬-୦୭-୨୦୨୫ (ଏସ .ଏମ ) : ରାଜଧାନୀ ପାଲଟିଲା ରଣକ୍ଷେତ୍ର । ଲୋୟର ପିଏମଜିରେ ପୋଲିସ-ବିଜେଡି କର୍ମୀ ମୁହାଁମୁହିଁ । ଫକୀରମୋହନ କଲେଜ ଛାତ୍ରୀଙ୍କ ମୃତ୍ୟୁକୁ ନେଇ ବିଜେଡିର ପ୍ରତିବାଦ ବେଳେ ପୋଲିସ-ବିଜେଡି କର୍ମୀ ଧସ୍ତାଧସ୍ତି  । ଭୁବନେଶ୍ୱରର ଲୋକସେବା ଭବନ ଘେରାଉ କରିବାକୁ ଯିବା ବେଳେ ହଜାର ହଜାର ବିଜେଡି କର୍ମୀଙ୍କୁ ଅଟକାଇଛି ପୋଲିସ ।ଏହାସହ ଆନ୍ଦୋଳନକାରୀଙ୍କୁ ଅଟକାଇବାକୁ ପୋଲିସ ପାଣିମାଡ଼ ଲୁହବୁହା ଗ୍ୟାସ ମଧ୍ୟ ପ୍ରୟୋଗ କରିଛି । ଶତାଧିକ ଆନ୍ଦୋଳନକାରୀଙ୍କୁ ପୋଲିସ ଜୋର ଜବରଦସ୍ତ ଉଠାଇ ନେଇଥିବା ବେଳେ ଟିୟର ଗ୍ୟାସ ମାଡ଼ରେ ବବି ଦାସ ଆହତ ହୋଇଛନ୍ତି । ତାଙ୍କ ଗୋଡ଼ରେ ଟିୟର ଗ୍ୟାସ ବାଜିଥିବା ସୂଚନା । ସେପଟେ ସୁଲତା ଦେଓ ମଧ୍ୟ ଆହତ ହୋଇ ଆମ୍ବୁଲାନ୍ସରେ ହସ୍ପିଟାଲ ଯାଇଛନ୍ତି ।

ସେପଟେ ବିଜେଡି ଆଜି ବାଲେଶ୍ବର ବନ୍ଦ କରିଛି । ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟରେ ଛାତ୍ରୀଙ୍କ ଆତ୍ମାହୁତି ଓ ମୃତ୍ୟୁ ମାମଲାରେ ଆଜି ବାଲେଶ୍ଵର ବନ୍ଦ କରିଛି ବିଜେଡି । ବିଜେଡି ଏହି ଆନ୍ଦୋଳନକୁ ଜୋରଦାର କରିବା ସହ ବାଲେଶ୍ବରରୁ ଆରମ୍ଭ କରିଛି ଅଭିଯାନ । ଆଜି ସକାଳ ୬ଟାରୁ ଦିବା ୨ ଯାଏଁ ବନ୍ଦ ଡାକରା ଦିଆଯାଇଥିବା ବେଳେ ବାଲେଶ୍ବରରେ ଏହାର ପ୍ରଭାବ ଦେଖିବାକୁ ମିଳିଛି । ସହରର ବିଭିନ୍ନ ସ୍ଥାନରେ ଟାୟାର ଜାଳି ରାସ୍ତା ଅବରୋଧ କରିଛି ବିଜେଡି । ବିଭିନ୍ନ ଛାମୁଆ ଏବଂ ଟାଣୁଆ ନେତାଙ୍କୁ ବାଲେଶ୍ବରରେ ଦେଖିବାକୁ ମିଳିଛି ।

Spread

SampurnaLive

Sampurna Live is Odisha's leading 24x7 news current web and YouTube channel . Development Journalism is our mission. Our vision is to promote people's voice and actions towards healthy society. We think for commonman, reporting for truth. Website =https://sampurna.live Contact number-7846915522 Email-sampurnalive@gmail.com youtube.com/@sampurnalive

Leave a Reply

Your email address will not be published. Required fields are marked *