LatestNewsରାଜନୀତିରାଜ୍ୟ

‘ସୁଭଦ୍ରା’ ଯୋଜନାର ଷଷ୍ଠ ପର୍ଯ୍ୟାୟ ଟଙ୍କା ହିତାଧିକାରୀଙ୍କୁ ୨୪ରେ ମିିଳିବ

‘ସୁଭଦ୍ରା’ ଯୋଜନାର ଷଷ୍ଠ ପର୍ଯ୍ୟାୟ ଟଙ୍କା ହିତାଧିକାରୀଙ୍କୁ ୨୪ରେ ମିିଳିବ

ଚଳିତ ମାସ ୨୪ ତାରିଖରେ ଯୋଗ୍ୟ ହିତାଧିକାରୀଙ୍କୁ ‘ସୁଭଦ୍ରା’ ଯୋଜନାର ଷଷ୍ଠ ପର୍ଯ୍ୟାୟ ଟଙ୍କା ଦିଆଯିବ। ପୁରୀଠାରେ ଆୟୋଜିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଏହି ଟଙ୍କା ପ୍ରଦାନ କରାଯିବ। ଏନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି।

ଭୁବନେଶ୍ବର ୧୯.୦୪.୨୦୨୫ (ଏସ.ଏମ ) : ଳିତ ମାସ ୨୪ ତାରିଖରେ ଯୋଗ୍ୟ ହିତାଧିକାରୀଙ୍କୁ ‘ସୁଭଦ୍ରା’ ଯୋଜନାର ଷଷ୍ଠ ପର୍ଯ୍ୟାୟ ଟଙ୍କା ଦିଆଯିବ। ଏନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି। ସେ କହିଛନ୍ତି, ମାର୍ଚ୍ଚ ୩୧ ସୁଦ୍ଧା ଆବେଦନ କରିଥିବା ଯୋଗ୍ୟ ହିତାଧିକାରୀଙ୍କୁ ଏପ୍ରିଲ ୨୪ ତାରିଖରେ ମିଳିବ ସୁଭଦ୍ରା ଟଙ୍କା। ପୁରୀଠାରେ ଆୟୋଜିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଦ୍ବାରା ଏହି ଟଙ୍କା ପ୍ରଦାନ କରାଯିବ। ପଞ୍ଚାୟତିରାଜ ଦିବସରେ ୧ ଲକ୍ଷ ୭୦ ହଜାର ହିତାଧିକାରୀଙ୍କ ଆକାଉଣ୍ଟକୁ ଦୁଇଟି କିସ୍ତିର ଟଙ୍କା ଆସିବ। ସେମାନେ ଏକ ସମୟରେ ୧୦ ହଜାର ଟଙ୍କା ପାଇବେ। ସୂଚନାଯୋଗ୍ୟ, ସୁଭଦ୍ରା ଯୋଜନାରେ ୧ କୋଟି ୬୫ ହଜାର ୮୭୭ ମହିଳା ପ୍ରଥମ କିସ୍ତି ପାଇଛନ୍ତି। ସେହିଭଳି ଦ୍ଵିତୀୟ କିସ୍ତି ପାଇଛନ୍ତି ୯୮ ଲକ୍ଷ ୮୨ ହଜାର ୯୨ ଜଣ ମହିଳା। ପ୍ରଥମ କିସ୍ତିରେ ସରକାର ୫ ହଜାର ୩୨ କୋଟି ୯୩ ଲକ୍ଷ ୮୫ ହଜାର ଟଙ୍କା ହିତାଧିକାରୀଙ୍କ ଆକାଉଣ୍ଟକୁ ପଠାଇଛନ୍ତି । ଦ୍ଵିତୀୟ କିସ୍ତିରେ ୪ ହଜାର ୯୪୧ କୋଟି ୪ ଲକ୍ଷ ୬୦ ହଜାର ଟଙ୍କା ପଠାଯାଇଛି।

Spread

SampurnaLive

Sampurna Live is Odisha's leading 24x7 news current web and YouTube channel . Development Journalism is our mission. Our vision is to promote people's voice and actions towards healthy society. We think for commonman, reporting for truth. Website =https://sampurna.live Contact number-7846915522 Email-sampurnalive@gmail.com youtube.com/@sampurnalive

Leave a Reply

Your email address will not be published. Required fields are marked *