ଅପରାଧଘଟଣା ଦୁର୍ଘଟଣାରାଜ୍ୟ

ସୁରକ୍ଷାକର୍ମୀଙ୍କ ଏନକାଉଣ୍ଟର: ଦୁଇ ମହିଳା ନକ୍ସଲ ନିହତ

ସୁରକ୍ଷାକର୍ମୀଙ୍କ ଏନକାଉଣ୍ଟର: ଦୁଇ ମହିଳା ନକ୍ସଲ ନିହତ

ଓଡ଼ିଶା ସୀମାନ୍ତ ଛତିଶଗଡ଼ରେ ସୁରକ୍ଷାକର୍ମୀଙ୍କ ଏନକାଉଣ୍ଟରରେ ଦୁଇ ମହିଳା ନକ୍ସଲ ନିହତ ହୋଇଛନ୍ତି। ନାରାୟଣପୁର ଜିଲ୍ଲା ଅବୁଝମାଡ଼ ଜଙ୍ଗଲରେ ସୁରକ୍ଷାକର୍ମୀ ଏବଂ ନକ୍ସଲ ମୁହାଁମୁହିଁ ହୋଇଥିଲେ। ନକ୍ସଲମାନେ ପ୍ରଥମେ ସୁରକ୍ଷାକର୍ମୀଙ୍କ ଉପରକୁ ଗୁଳିମାଡ଼ କରିଥିଲେ…

ମାଲକାନଗିରି/ଭୁବନେଶ୍ୱର ୨୬-୦୬-୨୦୨୫(ଏସ.ଏମ.) :ଡ଼ିଶା ସୀମାନ୍ତ ଛତିଶଗଡ଼ରେ ସୁରକ୍ଷାକର୍ମୀଙ୍କ ଏନକାଉଣ୍ଟରରେ ଦୁଇ ମହିଳା ନକ୍ସଲ ନିହତ ହୋଇଛନ୍ତି। ନାରାୟଣପୁର ଜିଲ୍ଲା ଅବୁଝମାଡ଼ ଜଙ୍ଗଲରେ ସୁରକ୍ଷାକର୍ମୀ ଏବଂ ନକ୍ସଲ ମୁହାଁମୁହିଁ ହୋଇଥିଲେ। ନକ୍ସଲମାନେ ପ୍ରଥମେ ସୁରକ୍ଷାକର୍ମୀଙ୍କ ଉପରକୁ ଗୁଳିମାଡ଼ କରିଥିଲେ।ଏହାର ଜବାବରେ ସୁରକ୍ଷାକର୍ମୀଙ୍କ ପକ୍ଷରୁ ପାଲଟା ଗୁଳିଚାଳନା କରାଯାଇଥିଲା। ଏଥିରେ ଦୁଇ ଜଣ ମହିଳା ନକ୍ସଲ ନିହତ ହୋଇଥିବା କୁହାଯାଉଛି। ଇନସାସ୍ ବନ୍ଧୁକ ଓ ରାଏଫଲ ଜବତ ହୋଇଥିବା ସୂଚନା ମିଳିଛି। ଛତିଶଗଡ଼ର ନାରାୟଣପୁର ଜିଲ୍ଲାରେ ସୁରକ୍ଷାବାହିନୀ ଏବଂ ନକ୍ସଲଙ୍କ ମଧ୍ୟରେ ଗୁଳିବିନିମୟ ଜାରି ରହିଛି। ମାଡ ଡିଭିଜନର ବଡ କ୍ଯାଡରଙ୍କ ଉପସ୍ଥିତି ନେଇ ସୂଚନା ପାଇ ସୁରକ୍ଷାକର୍ମୀଙ୍କ ପକ୍ଷରୁ କମ୍ବିଂ ଅପରେସନ ଆରମ୍ଭ କରାଯାଇଥିଲା। ସୁରକ୍ଷାକର୍ମୀଙ୍କ ଏକ ମିଳିତ ଦଳ ନକ୍ସଲ ବିରୋଧୀ ଅପରେସନରେ ବାହାରିଥିବା ବେଳେ ଅବୁଝମାଡ ଜଙ୍ଗଲରେ ଗୁଳି ବିନିମୟ ହୋଇଥିଲା। ନାରାୟଣପୁର ଓ କୋଣ୍ଡାଗାଓଁ ଡିଆରଜି ଓ ଏସଟିଏଫ ଯବାନଙ୍କ ପକ୍ଷରୁ ଅପରେସନ ଜାରି ରହିଛି। ନକ୍ସଲ ଏବଂ ସୁରକ୍ଷାକର୍ମୀଙ୍କ ମଧ୍ୟରେ ବଡ଼ ଧରଣର ଗୁଳି ବିନିମୟ ଜାରି ରହିଥିବା ପୁଲିସ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

Spread

SampurnaLive

Sampurna Live is Odisha's leading 24x7 news current web and YouTube channel . Development Journalism is our mission. Our vision is to promote people's voice and actions towards healthy society. We think for commonman, reporting for truth. Website =https://sampurna.live Contact number-7846915522 Email-sampurnalive@gmail.com youtube.com/@sampurnalive

Leave a Reply

Your email address will not be published. Required fields are marked *