GeneralHealthHELTHLatestNewsଦେଶ- ବିଦେଶବାଣିଜ୍ୟରାଜନୀତିରାଜ୍ୟ

୩ ମାସ ମଧ୍ୟରେ ସବୁ ଓଡ଼ିଆ ପରିବାରଙ୍କ ପାଖରେ ପହଞ୍ଚିବ ‘ଆୟୁଷ୍ମାନ ଭାରତ’ କାର୍ଡ :ମୁଖ୍ୟମନ୍ତ୍ରୀ

୩ ମାସ ମଧ୍ୟରେ ସବୁ ଓଡ଼ିଆ ପରିବାରଙ୍କ ପାଖରେ ପହଞ୍ଚିବ ‘ଆୟୁଷ୍ମାନ ଭାରତ’ କାର୍ଡ :ମୁଖ୍ୟମନ୍ତ୍ରୀ

କଟକ ୧୧-୦୪-୨୦୨୫( ଏସ.ଏମ ) : ଡ଼ିଶାର ବିକାଶ ଇତିହାସରେ ଆଜି ଗୋଟିଏ ଫର୍ଦ୍ଦ ଯୋଡ଼ି ହୋଇଯାଇଛି। ରାଜ୍ୟର ୧ କୋଟି ୩ ଲକ୍ଷ ପରିବାର ପାଇଁ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା’ ଓ ‘ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା’ ଏବଂ ‘ଆୟୁଷ୍ମାନ ବୟୋ ବନ୍ଦନା ଯୋଜନା’ ଲାଗୁ ହୋଇଯାଇଛି। ଏହି ସ୍ବାସ୍ଥ୍ୟ କାର୍ଡ ଓଡ଼ିଶା ସହିତ ରାଜ୍ୟ ବାହାରେ ଥିବା ୨୯ ହଜାର ଡାକ୍ତରଖାନାରେ କାମ କରିବ।

NEWS BY SASHI BHUSAN CHAINI

 ଏହି କାର୍ଡଗୁଡ଼ିକ ଆଗାମୀ ୩ ମାସ ମଧ୍ୟରେ ସମସ୍ତଙ୍କର ପାଖରେ ପହଞ୍ଚିବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି।କଟକ ବାଲିଯାତ୍ରା ତଳପଡ଼ିଆରେ ଜନସଭାକୁ ସମ୍ବୋଧିତ କରି ମୁଖ୍ୟମନ୍ତ୍ରୀ କହିଛନ୍ତି, ଆୟୁଷ୍ମାନ ଭାରତ ଜନ ଆରୋଗ୍ୟ ଯୋଜନା ୬ ବର୍ଷ ଆଗରୁ ଲାଗୁ ହେବାର ଥିଲା। କିନ୍ତୁ ତତ୍କାଳୀନ ସରକାର ଏହାକୁ ଲାଗୁ କରିନଥିଲେ। ରାଜ୍ୟରେ ନୂଆ ସରକାର ଆସିବାର ବର୍ଷେ ନପୁରୁଣୁ ପରେ ଏହି ଯୋଜନା ଲାଗୁ ହୋଇପାରିଛି। ଏଥି ସହିତ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ଓ ଆୟୁଷ୍ମାନ ବୟୋ ବନ୍ଦନା ଯୋଜନା ମଧ୍ୟ ଆରମ୍ଭ ହୋଇଯାଇଛି। ଓଡ଼ିଶା ବାହାରେ ରହୁଥିବା ଓଡ଼ିଆ ଲୋକମାନେ ମଧ୍ୟ ଏହି ଯୋଜନାରୁ ଲାଭବାନ ହେବେ। ଏହା ପୁଣି ନିଃଶୁଳ୍କ ମାଧ୍ୟମରେ। ଆୟୁଷ୍ମାନ ଭାରତ ଯୋଜନା ଓଡ଼ିଶା, ଦିଲ୍ଲୀ ସମତେ ଦେଶର ୩ଟି ରାଜ୍ୟରେ ଲାଗୁ ହୋଇପାରି ନଥିଲା। ଏବେ ମୋଦୀ ସରକାର ଓଡ଼ିଶା ଓ ଦିଲ୍ଲୀରେ ଲାଗୁ କରିଛନ୍ତି। ଡବଲ ଇଂଜିନ ସରକାର ବିକାଶର ଗତିକୁ ବଢ଼ାଇ ପାରିଛନ୍ତି।

Spread

SampurnaLive

Sampurna Live is Odisha's leading 24x7 news current web and YouTube channel . Development Journalism is our mission. Our vision is to promote people's voice and actions towards healthy society. We think for commonman, reporting for truth. Website =https://sampurna.live Contact number-7846915522 Email-sampurnalive@gmail.com youtube.com/@sampurnalive

Leave a Reply

Your email address will not be published. Required fields are marked *