ରାଜନୀତିରାଜ୍ୟ

ରାଜଧାନୀରେ ‘ପରାକ୍ରମ ଶୋଭାଯାତ୍ରା

ରାଜଧାନୀରେ ‘ପରାକ୍ରମ ଶୋଭାଯାତ୍ରା’

ଯୋଗ ଦେଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

ଭୁବନେଶ୍ବରରେ କଳିଙ୍ଗ ଷ୍ଟାଡିୟମ ପରିସରରୁ ‘ପରାକ୍ରମ ଶୋଭାଯାତ୍ରା’ ବାହାରିଛି। ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ରାଜ୍ୟ ବିଜେପି ସଭାପତି ମନମୋହନ ସାମଲଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତି ଯୋଗ ଦେଇଛନ୍ତି।

ଭୁବନେଶ୍ୱର ୧୪-୦୫-୨୦୨୫ (ଏସ .ଏମ ) :  ସାରା ଦେଶ ଆଜି ପାଳୁଛି ସିନ୍ଦୂର ଅପରେସନ୍ ର ସଫଳତାକୁ ନେଇ ତ୍ରିରଙ୍ଗା ଯାତ୍ରା। ଏହି ଅବସରରେ ରାଜ୍ୟ ସରକାରଙ୍କ ପକ୍ଷରୁ ତିନିସେନାଙ୍କୁ ସମ୍ମାନ ଜଣାଇବା ଲାଗି ‘ପରାକ୍ରମ ଶୋଭାଯାତ୍ରା’ ଆୟୋଜିତ ହୋଇଛି। ଏଥିଲାଗି ରାଜଧାନୀ ଭୁବନେଶ୍ବରରେ କଳିଙ୍ଗ ଷ୍ଟାଡିୟମ ପରିସରରୁ ମଧ୍ୟ ‘ପରାକ୍ରମ ଶୋଭାଯାତ୍ରା’ ବାହାରିଛି। ଏହାକୁ ପତାକା ଦେଖାଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁଭାରମ୍ଭ କରିଥିଲେ। ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବ୍ୟତୀତ ଉପ ମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓ, ପ୍ରଭାତୀ ପରିଡ଼ା, ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ, ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ, ଉଚ୍ଚ ଶିକ୍ଷା, କ୍ରୀଡ଼ା, ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ, ଖାଦ୍ୟ ଓ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର, ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତି ଯୋଗ ଦେଇଛନ୍ତି। ଏହି ଅବସରରେ ଏକ ବାଇକ୍ ରାଲିର ଆୟୋଜନ କରାଯାଇଛି। ଏଥିରେ ବିଭିନ୍ନ ସ୍କୁଲ କଲେଜର ଛାତ୍ରଛାତ୍ରୀ, ଏନସିସି, ସ୍କାଉଟ୍ ଗାଇଡ୍, ସିଆରପିଏଫ୍, ପୁଲିସ ଓ ଟ୍ରାଫିକ୍ ପୁଲିସ୍ ପ୍ରମୁଖ ଅଂଶଗ୍ରହଣ କରିଛନ୍ତି।

ସୂଚନାଯୋଗ୍ୟ, ଅପରେସନ ସିନ୍ଦୂରର ସଫଳତାକୁ ନେଇ ଆଜିଠୁ ବିଜେପି ପକ୍ଷରୁ ଦେଶବ୍ୟାପୀ ତ୍ରିରଙ୍ଗା ଯାତ୍ରା ଆୟୋଜିତ ହେଉଛି। ଏହି କାର୍ଯ୍ୟକ୍ରମ ୧୦ ଦିନ ଧରି ଚାଲିବ । ଏହା ମାଧ୍ୟମରେ ପହଲଗାମ ଆକ୍ରମଣର ପ୍ରତିଶୋଧ ଓ ଅପରେସନ ସିନ୍ଦୂର ଜରିଆରେ ଆତଙ୍କୀଙ୍କ ଉପରେ ଭାରତର ବିଜୟ ଓ ତିନି ସେନାର ବୀରତ୍ବ ସମ୍ପର୍କରେ ଲୋକଙ୍କୁ ଅବଗତ କରାଯିବ। ଭାରତ କିପରି ନିଜ ନାଗରିକଙ୍କୁ ସୁରକ୍ଷିତ ରଖିବା ସହ ବିଶ୍ବରେ ନିଜର ସ୍ବାଭିମାନକୁ ସୁରକ୍ଷିତ ରଖିପାରିଛି ଏହାକୁ ଉପସ୍ଥାପନା କରାଯି। ଏହିକ୍ରମରେ ଓଡ଼ିଶାର ରାଜଧାନୀ ଭୁବନେଶ୍ବରର ସକାଳ ୮ଟାରେ କଳିଙ୍ଗ ଷ୍ଟାଡିୟମରେ ରାଲି ଆୟୋଜିତ ହୋଇଛି। ଏହି କାର୍ଯ୍ୟକ୍ରମରେ ଉପସ୍ଥିତ ରହିବାକୁ ସବୁ ବିଭାଗର ଅଧିକାରୀଙ୍କୁ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ଚିଠି କରାଯାଇଥିଲା।

Spread

SampurnaLive

Sampurna Live is Odisha's leading 24x7 news current web and YouTube channel . Development Journalism is our mission. Our vision is to promote people's voice and actions towards healthy society. We think for commonman, reporting for truth. Website =https://sampurna.live Contact number-7846915522 Email-sampurnalive@gmail.com youtube.com/@sampurnalive

Leave a Reply

Your email address will not be published. Required fields are marked *