ରାଜ୍ୟସମସ୍ୟା ଭିତ୍ତିକ ଖବରସ୍ୱାସ୍ଥ୍ୟ /ରୋଗ ଆରୋଗ୍ୟ

ଓଡ଼ିଶାରେ ଆଜି ପୁଣି ୩ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଓଡ଼ିଶାରେ ଆଜି ପୁଣି ୩ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ରାଜ୍ୟରେ ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨ରେ ପହଞ୍ଚିଛି

ଭୁବନେଶ୍ବର ୦୧-୦୬-୨୦୨୫(ଏସ .ଏମ ) : କୋଭିଡ୍‌-୧୯ ପୁଣି ଥରେ ସାରା ଭାରତରେ ମୁଣ୍ଡ ଟେକିବା ଆରମ୍ଭ କରିଛି। ଏଣେ ଓଡ଼ିଶାରେ ଆଜି ପୁଣି ୩ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ‌ହୋଇଛନ୍ତି। ଏନେଇ ରାଜ୍ୟ ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ନୀଳକଣ୍ଠ ମିଶ୍ର ସୂଚନା ଦେଇଛନ୍ତି। ଏହାଫଳରେ ରାଜ୍ୟରେ ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨ରେ ପହଞ୍ଚିଛି। ତେଣେ ଜଣେ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଥିବା ନେଇ ସ୍ବାସ୍ଥ୍ୟ ବିଭାଗ ପାଖରେ ଖବର ଅଛି ଓ ଏନେଇ ଯାଞ୍ଚ କରାଯାଉଛି। ଓଡ଼ିଶାରେ ଆଜି ପୁଣି ୩ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ‌ହୋଇଛନ୍ତି। ଏନେଇ ରାଜ୍ୟ ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ନୀଳକଣ୍ଠ ମିଶ୍ର ସୂଚନା ଦେଇଛନ୍ତି। ଏହାଫଳରେ ରାଜ୍ୟରେ ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨ରେ ପହଞ୍ଚିଛି। ତେଣେ ଜଣେ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଥିବା ନେଇ ସ୍ବାସ୍ଥ୍ୟ ବିଭାଗ ପାଖରେ ଖବର ଅଛି ଓ ଏନେଇ ଯାଞ୍ଚ କରାଯାଉଛି। ଭାରତରେ ପୁଣି ଥରେ କରୋନା ଭାଇରସ୍ ମାମଲା ବୃଦ୍ଧି ପାଉଛି। ଫଳରେ ରାଜ୍ୟଗୁଡ଼ିକ କୋଭିଡ୍ ପରୀକ୍ଷା ବୃଦ୍ଧି ଏବଂ ହସ୍ପିଟାଲ ବେଡ୍ ପ୍ରସ୍ତୁତି ଭଳି ପ୍ରତିରୋଧକ ପଦକ୍ଷେପ ନିଆଯାଉଛି। ଏବେ ଜାଣିବାକୁ ମିଳିଛି ଯେ ପ୍ରାଥମିକ ସ୍ତରରେ ଆକ୍ରାନ୍ତମାନେ ଜ୍ବର ଓ ଡାଇରିଆରେ ପଡୁଛନ୍ତି। ସେହିକାରଣରୁ ଏଭଳି ଲକ୍ଷଣ ଦିଶିଲେ ତୁରନ୍ତ କରୋନା ପରୀକ୍ଷା କରାଇବା ଉଚିତ।

Spread

SampurnaLive

Sampurna Live is Odisha's leading 24x7 news current web and YouTube channel . Development Journalism is our mission. Our vision is to promote people's voice and actions towards healthy society. We think for commonman, reporting for truth. Website =https://sampurna.live Contact number-7846915522 Email-sampurnalive@gmail.com youtube.com/@sampurnalive

Leave a Reply

Your email address will not be published. Required fields are marked *