ରାଜନୀତିରାଜ୍ୟସ୍ୱାସ୍ଥ୍ୟ /ରୋଗ ଆରୋଗ୍ୟ

ଦେବଗଡ଼କୁ ୨୦୫ କୋଟିର ପ୍ରକଳ୍ପ ଭେଟିଦେଲେ ମୁଖ୍ୟମନ୍ତ୍ରୀ

ଦେବଗଡ଼କୁ ୨୦୫ କୋଟିର ପ୍ରକଳ୍ପ ଭେଟିଦେଲେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ଦେବଗଡ଼ ଜିଲ୍ଲା ଗସ୍ତରେ ଆସି ୨୦୫ କୋଟି ଟଙ୍କାର ୧୫ଟି ବିଭିନ୍ନ ଜନକଲ୍ୟାଣକାରୀ ପ୍ରକଳ୍ପର ଉଦ୍‌ଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି।ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ୩୦୦ ଶଯ୍ୟା ବିଶିଷ୍ଟ କୋଠା ଉଦ୍‌ଘାଟିତ

ଦେବଗଡ଼/ଭୁବନେଶ୍ୱର ୦୪-୦୬-୨୦୨୫(ଏସ .ଏମ ) : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ଦେବଗଡ଼ ଜିଲ୍ଲା ଗସ୍ତରେ ଆସି ୨୦୫ କୋଟି ଟଙ୍କାର ୧୫ଟି ବିଭିନ୍ନ ଜନକଲ୍ୟାଣକାରୀ ପ୍ରକଳ୍ପର ଉଦ୍‌ଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ୩୦୦ ଶଯ୍ୟା ବିଶିଷ୍ଟ ନବନିର୍ମିତ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ କୋଠାକୁ ମୁଖ୍ୟମନ୍ତ୍ରୀ ଜିଲ୍ଲାବାସୀଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିଥିଲେ। ଉଦ୍‌ଘାଟିତ ପ୍ରକଳ୍ପ ମଧ୍ୟରେ ୧୧ଟି ସ୍ୱାସ୍ଥ୍ୟସେବାଜନିତ ଓ ୪ଟି ଶିକ୍ଷା ଭିତ୍ତିଭୂମି ଉନ୍ନତୀକରଣ ପାଇଁ ରହିଛି। ଏହି ଅବସରରେ ରାଜ୍ୟର ସମସ୍ତ କେନ୍ଦୁପତ୍ର ତୋଳାଳି ଓ ବନ୍ଧାଳିଙ୍କ ପାଇଁ ମୁଖ୍ୟମନ୍ତ୍ରୀ ୪୧ କୋଟି ୧୭ ଲକ୍ଷ ଟଙ୍କାର ସହାୟତା ରାଶି ଘୋ‌ଷଣା କରିଥିଲେ। ଏଥିରେ କେନ୍ଦୁପତ୍ର ତୋଳାଳିଙ୍କୁ ଚପଲ ପାଇଁ ୧୬୦ ଟଙ୍କା, କେରି ସଂଗ୍ରହ କପଡ଼ା ପାଇଁ ୨୦୦ ଟଙ୍କା, ତୋଳାଳି ଓ ସିଜିନାଲ୍‌ ଷ୍ଟାଫ୍‌ଙ୍କ ଟୋପି ପାଇଁ ୧୦୦ ଟଙ୍କା, ବନ୍ଧାଳିଙ୍କ ପାଇଁ ମଶାରି ଓ କମ୍ବଳ ନିମନ୍ତେ ଜଣପିଛା ୭୦୦ ଟଙ୍କା ପ୍ରଦାନ କରାଯିବ। ଏହାଦ୍ୱାରା ରାଜ୍ୟର ପ୍ରାୟ ୯ ଲକ୍ଷ କେନ୍ଦୁପତ୍ର ତୋଳାଳି, ବନ୍ଧାଳି ଓ ସିଜିନାଲ୍‌ ଷ୍ଟାଫ ଉପକୃତ ହେବେ।

ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ୩୦୦ ଶଯ୍ୟା ବିଶିଷ୍ଟ କୋଠା ଉଦ୍‌ଘାଟିତ
ରାଜ୍ୟର କେନ୍ଦୁପତ୍ର ତୋଳାଳି ଓ ବନ୍ଧାଳିଙ୍କ ପାଇଁ ୪୧ କୋଟିର ସହାୟତା

ମଙ୍ଗଳବାର ପ୍ରଧାନପାଟସ୍ଥିତ ବଡ଼ବଗିଚାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ଯୋଗ ଦେଇ କହିଲେ, ଦେବଗଡ଼କୁ ଏକ ବିକଶିତ ଜିଲ୍ଲା ଭାବେ ଗଢ଼ିବାର ସମସ୍ତ ସୁଯୋଗ ଓ ସମ୍ଭାବନା ଅଛି। ଆମେ ତାର ଠିକ୍‌ ଉପଯୋଗ କରି ଜିଲ୍ଲାକୁ ରାଜ୍ୟ ବିକାଶ ଧାରାର ମୁଖ୍ୟ ସ୍ରୋତରେ ଯୋଡ଼ିବୁ। ଆମ ସରକାର ଆସିବା ପରେ ରାଜ୍ୟର ୩୦ଟି ଜିଲ୍ଲାର ସମାନୁପାତିକ ବିକାଶକୁ ଗୁରୁତ୍ୱ ଦେଉଛି। ସମାଜର ଶେଷ ଧାଡ଼ିରେ ଥିବା ଲୋକଟି ଯେପରି ସବୁ ମୌଳିକ ସୁବିଧା ପାଇପାରିବ ସେଥିପ୍ରତି ଆମେ ଗୁରୁତ୍ୱ ଦେଉଛୁ। ୨୦୩୬ ସୁଦ୍ଧା ସମୃଦ୍ଧ ଓଡ଼ିଶା ଓ ୨୦୪୭ ସୁଦ୍ଧା ବିକଶିତ ଭାରତ ଗଠନର ଲକ୍ଷ୍ୟ ପୂରଣ କରିବା ପାଇଁ ଆମର ଉଦ୍ୟମ ଜାରି ରହିଛି। ଆମ ସରକାର ଆସିବାର ଏକ ବର୍ଷ ହେବାକୁ ମାତ୍ର ୯ ଦିନ ବାକି ଅଛି। ମୁଖ୍ୟମନ୍ତ୍ରୀ ଆହୁରି କହିଥିଲେ ଯେ ଏକ ବର୍ଷ ଭିତରେ ଆମେ ସାଧାରଣ ଲୋକଙ୍କଠାରୁ ଆରମ୍ଭ କରି ଜିଲ୍ଲା ତଥା ରାଜ୍ୟର ସାମଗ୍ରିକ ବିକାଶ ପାଇଁ ଅନେକ ଉନ୍ନୟନମୂଳକ ଓ କଲ୍ୟାଣକାରୀ ପଦକ୍ଷେପ ଗ୍ରହଣ କରିଛୁ। ଦେବଗଡ଼କୁ ରାଜ୍ୟର ଏକ ଅଗ୍ରଣୀ ଓ ବିକଶିତ ଜିଲ୍ଲା ଭାବରେ ଗଢି ତୋଳିବା ଆମର ପ୍ରାଥମିକ ଲକ୍ଷ୍ୟ ବୋଲି ସେ କହିଥିଲେ। ଏହି କାର୍ଯ୍ୟକ୍ରମରେ ସ୍ୱାସ୍ଥ୍ୟ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ, ବିଧାୟକ ରୋମାଞ୍ଚ ରଞ୍ଜନ ବିଶ୍ୱାଳ ଉପସ୍ଥିତ ଥିଲେ। ଜିଲ୍ଲାପାଳ କବୀନ୍ଦ୍ର ସାହୁ ସ୍ବାଗତ ଭାଷଣ ପ୍ରଦାନ କରିଥି‌ବାବେଳେ ସିଡିଏମ୍‌ଓ ଡା. ବିଶ୍ବମୋହନ ମିଶ୍ର ଧନ୍ୟବାଦ ଦେଇଥିଲେ।

Spread

SampurnaLive

Sampurna Live is Odisha's leading 24x7 news current web and YouTube channel . Development Journalism is our mission. Our vision is to promote people's voice and actions towards healthy society. We think for commonman, reporting for truth. Website =https://sampurna.live Contact number-7846915522 Email-sampurnalive@gmail.com youtube.com/@sampurnalive

Leave a Reply

Your email address will not be published. Required fields are marked *