HELTHLatestNewsରାଜ୍ୟସ୍ୱାସ୍ଥ୍ୟ /ରୋଗ ଆରୋଗ୍ୟ

ରାଜ୍ୟରେ ଆଉ ୭ ନୂଆ କୋଭିଡ ପଜିଟିଭ୍ ଚିହ୍ନଟ, କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୦କୁ ବୃଦ୍ଧି

ରାଜ୍ୟରେ ଆଉ ୭ ନୂଆ କୋଭିଡ ପଜିଟିଭ୍ ଚିହ୍ନଟ

କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୦କୁ ବୃଦ୍ଧି

ଭୁବନେଶ୍ୱର ୦୬-୦୬-୨୦୨୫ (ଏସ .ଏମ ) :  ରାଜ୍ୟରେ ଆଉ ୭ ନୂଆ କୋଭିଡ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାଫଳରେ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୦କୁ ବୃଦ୍ଧି ପାଇଛି। ଏଯାବତ୍ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୬, କଟକ ଜିଲ୍ଲାରୁ ୯ ଜଣ କୋଭିଡ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏଣେ ପୁରୀ, ସୁନ୍ଦରଗଡ଼, ଜଗତସିଂହପୁର, କେନ୍ଦୁଝର ଓ ବାଲେଶ୍ବର ଜିଲ୍ଲାରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।ସ୍ବାସ୍ଥ୍ୟ ବିଶେଷଜ୍ଞଙ୍କ ମତରେ ଏହି ପ୍ରଜାତି ୨୦୨୩ ଅଗଷ୍ଟରେ ଚିହ୍ନଟ ହୋଇଥିଲା। ଏହା ଓମିକ୍ରନ୍‌ର ଏକ ଉପପ୍ରଜାତି; ସେତେଟା ଘାତକ ନୁହେଁ। ଏଥିରେ ମଧ୍ୟମ ଧରଣର ଜ୍ବର, କାଶ ଓ ଥଣ୍ଡା ହୋଇଥାଏ। ତେବେ ବୟସ୍କ ଓ ଏକାଧିକ ଜଟିଳ ରୋଗ ଥିବା ବ୍ୟକ୍ତିମାନଙ୍କ ପାଇଁ ଏହା ଘାତକ ହୋଇପାରେ। ତେଣୁ ଏହି ବର୍ଗର ଲୋକମାନେ କୋଭିଡ୍‌ ନିର୍ଦ୍ଦେଶାବଳୀକୁ ପାଳନ କରିବାର ଆବଶ୍ୟକତା ରହିଛି।

Spread

SampurnaLive

Sampurna Live is Odisha's leading 24x7 news current web and YouTube channel . Development Journalism is our mission. Our vision is to promote people's voice and actions towards healthy society. We think for commonman, reporting for truth. Website =https://sampurna.live Contact number-7846915522 Email-sampurnalive@gmail.com youtube.com/@sampurnalive

Leave a Reply

Your email address will not be published. Required fields are marked *