TOP STORIESରାଜନୀତିରାଜ୍ୟ

ରାଜ୍ୟ ସରକାରଙ୍କ ଏକ ବର୍ଷ ପୂର୍ତ୍ତି ସମାରୋହ ଯୋଗଦେବେ ପ୍ରଧାନମନ୍ତ୍ରୀ

ରାଜ୍ୟ ସରକାରଙ୍କ ଏକ ବର୍ଷ ପୂର୍ତ୍ତି ସମାରୋହ ଯୋଗଦେବେ ପ୍ରଧାନମନ୍ତ୍ରୀ

ଜନତା ମୈଦାନରେ ପ୍ରସ୍ତୁତି କାର୍ଯ୍ୟ ଅନୁଧ୍ୟାନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର ୧୯-୦୬-୨୦୨୫ (ଏସ.ଏମ ) :  ଜୁନ୍ ୨୦ ଶୁକ୍ରବାର ଦିନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓଡ଼ିଶା ଆସୁଛନ୍ତି। ଗୁରୁବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟ ସରକାରଙ୍କ ଏକ ବର୍ଷ ପୂର୍ତ୍ତି ସମାରୋହ ଉପଲକ୍ଷେ ଭୁବନେଶ୍ୱର ଜନତା ମୈଦାନ ଠାରେ ଆୟୋଜିତ ସଭାସ୍ଥଳର ପ୍ରସ୍ତୁତି କାର୍ଯ୍ୟ ଅନୁଧ୍ୟାନ କରିଛନ୍ତି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏହି ସମାରୋହରେ ମୁଖ୍ୟ ଅତିଥି ଭାବେ ଯୋଗ ଦେବେ। ମୁଖ୍ୟମନ୍ତ୍ରୀ ସମ୍ପୂର୍ଣ୍ଣ ସଭାସ୍ଥଳ ବୁଲି ଦେଖିବାସହ, ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟକ୍ରମରେ ଯେପରି କୌଣସି ତ୍ରୁଟି ନରହିବ ସେଥିପ୍ରତି ସଜାଗ ରହିବା ପାଇଁ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ଗୁରୁବାର ବିଳମ୍ୱିତ ସନ୍ଧ୍ୟା ସୁଦ୍ଧା ସମସ୍ତ କାର୍ଯ୍ୟ ସମ୍ପନ୍ନ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।ମୁଖ୍ୟମନ୍ତ୍ରୀଙ୍କ ସହିତ ରାଜ୍ୟ ପୂର୍ତ୍ତ ଓ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ, ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ, ରାଜ୍ୟ ପ୍ରଭାରୀ ବିଜୟ ପାଲ୍ ସିଂ ତୋମାର, ସହ ପ୍ରଭାରୀ ଲତା ଉଷେଣ୍ଡି ପ୍ରସ୍ତୁତି କାର୍ଯ୍ୟ ବୁଲି ଦେଖିଥିଲେ ।ମୁଖ୍ୟ ଶାସନସଚିବ ମନୋଜ ଆହୁଜା ଏବଂ ଅତିରିକ୍ତ ମୁଖ୍ୟଶାସନ ସଚିବ ଶିଳ୍ପ ବିଭାଗ ହେମନ୍ତ ଶର୍ମା ମୁଖ୍ୟମନ୍ତ୍ରୀଙ୍କୁ ପ୍ରସ୍ତୁତି କାର୍ଯ୍ୟର ସବିଶେଷ ସୂଚନା ପ୍ରଦାନ କରିଥିଲେ ।ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶଦାତା ପ୍ରକାଶ ମିଶ୍ର, ଉନ୍ନୟନ କମିସନର ଅନୁ ଗର୍ଗ, ଗୃହ ବିଭାଗ ଅତିରିକ୍ତ ମୁଖ୍ୟଶାସନ ସଚିବ ସତ୍ୟବ୍ରତ ସାହୁ, ପୁଲିସ୍ ମହା ନିର୍ଦ୍ଦେଶକ ୱାଇ ବି ଖୁରାନିଆ, ପୂର୍ତ୍ତ ବିଭାଗର ପ୍ରମୁଖ ଶାସନ ସଚିବ ସଞ୍ଜୟ କୁମାର ସିଂହ ଏବଂ ଅନ୍ୟ ବରିଷ୍ଠ ଅଧିକାରୀମାନେ ଏହି ଅବସରରେ ଉପସ୍ଥିତ ଥିଲେ ।

Spread

SampurnaLive

Sampurna Live is Odisha's leading 24x7 news current web and YouTube channel . Development Journalism is our mission. Our vision is to promote people's voice and actions towards healthy society. We think for commonman, reporting for truth. Website =https://sampurna.live Contact number-7846915522 Email-sampurnalive@gmail.com youtube.com/@sampurnalive

Leave a Reply

Your email address will not be published. Required fields are marked *