ଆମସଂସ୍କୃତିବିଶେଷ ସ୍ତମ୍ବରାଜ୍ୟ

ଅନୁକୂଳ ହେଲା ରଥକାଠ: ଘୋଷଯାତ୍ରା ପାଇଁ ପ୍ରକ୍ରିୟା ଆରମ୍ଭ

ଅନୁକୂଳ ହେଲା ରଥକାଠ: ଘୋଷଯାତ୍ରା ପାଇଁ ପ୍ରକ୍ରିୟା ଆରମ୍ଭ

  • ବ୍ରହ୍ମାଣ୍ଡ ନାୟକଙ୍କ ଘୋଷଯାତ୍ରା ପାଇଁ ଆରମ୍ଭ ହୋଇଛି ପ୍ରସ୍ତୁତି।
  • ପବିତ୍ର ଶ୍ରୀପଞ୍ଚମୀ ଅବସରରେ ଶ୍ରୀମନ୍ଦିର କାର୍ଯ୍ୟାଳୟ ସମ୍ମୁଖ ରଥଖଳାରେ ତିନିଟି କାଠକୁ ବିଧି ମୁତାବକ ପୂଜା କରାଯାଇଛି।

ପୁରୀ ୨୪-୦୧-୨୦୨୬(ଏସ.ଏମ ) :  ବ୍ରହ୍ମାଣ୍ଡ ନାୟକଙ୍କ ଘୋଷଯାତ୍ରା ପାଇଁ ଆରମ୍ଭ ହୋଇଛି ପ୍ରସ୍ତୁତି। ପବିତ୍ର ଶ୍ରୀପଞ୍ଚମୀ ଅବସରରେ ଶ୍ରୀମନ୍ଦିର କାର୍ଯ୍ୟାଳୟ ସମ୍ମୁଖ ରଥଖଳାରେ ତିନିଟି କାଠକୁ ବିଧି ମୁତାବକ ପୂଜା କରାଯାଇଛି। ରାଜନଅର ପକ୍ଷରୁ ଗଜପତିଙ୍କ ପ୍ରତିନିଧି ଭାବେ ଦେବୀପ୍ରସାଦ ରାଜଗୁରୁ ଓ ସୋତ୍ରୀୟ ବ୍ରାହ୍ମଣମାନଙ୍କ ଉପସ୍ଥିତିରେ ପୂଜାର୍ଚ୍ଚନା କରାଯାଇଥିଲା। ପଞ୍ଚାମୃତ, ଚନ୍ଦନ, ସିନ୍ଦୂର, ଫୁଲ, ଶ୍ରୀଫଳ ଓ ମହାପ୍ରସାଦ ଅର୍ପଣ କରାଯାଇଥିଲା। ରଥ ନିର୍ମାଣ ସୃଜନୀ କାର୍ଯ୍ୟ ହୋଇଥିବାରୁ ମା’ ବାଗଦେବୀଙ୍କୁ ଆବାହନ କରାଯାଇଥିଲା। ଏଥିସହ ବରୁଣ ପୂଜା ଏବଂ ମହାପ୍ରଭୁଙ୍କ ପୂଜାର୍ଚ୍ଚନା କରି ତାଙ୍କ ଯାତ୍ରା ନିର୍ବିଘ୍ନରେ ହେବା ପାଇଁ ପ୍ରାର୍ଥନା କରାଯାଇଥିଲା।ପୂଜା, ଆଳତି ସହ ପୁଷ୍ପାଞ୍ଜଳି କାର୍ଯ୍ୟ ସମ୍ପନ୍ନ ହୋଇଥିଲା।

ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ, ଜିଲ୍ଲାପାଳ ଦିବ୍ୟଜ୍ୟୋତି ପରିଡ଼ା, ଏସ୍‌ପି ପ୍ରତୀକ ସିଂହ, ଶ୍ରୀମନ୍ଦିର ନୀତି ପ୍ରଶାସକ ଜିତେନ୍ଦ୍ର ସାହୁ, ଉନ୍ନୟନ ପ୍ରଶାସକ ଦେବବ୍ରତ ସାହୁ ଓ ସୁରକ୍ଷା ପ୍ରଶାସକ ହେମନ୍ତ କୁମାର ପାଢ଼ୀ, ଶ୍ରୀମନ୍ଦିର ପରିଚାଳନା କମିଟି ସଦସ୍ୟ ମଧୁସୂଦନ ସିଂହାରୀ  ଓ ଅନ୍ୟ ପ୍ରଶାସନିକ ଅଧିକାରୀଙ୍କ ଉପସ୍ଥିତିରେ ପୂଜା ବିଧି ସମ୍ପନ୍ନ ହୋଇଥିଲା। ରଥଯାତ୍ରା ନିର୍ବିଘ୍ନରେ ସମ୍ପନ୍ନ ହେବା ନେଇ ପ୍ରଶାସକ, ସେବାୟତମାନେ ପ୍ରାର୍ଥନା କରିଥିଲେ। ରଥ ସଂହିତା ଅନୁଯାୟୀ, ତିନି ରଥ ନିର୍ମାଣ ପାଇଁ ୪୨୬ ଖଣ୍ଡ ଧଉରା, ୩୬୪ ଖଣ୍ଡ ଅସନ, ୭୨ ଖଣ୍ଡ ଫାଶି ଓ ୩ ଖଣ୍ଡ ଶିମିଳି କାଠ, ଏପରି ‌ମୋଟ ୮୬୫ ଖଣ୍ଡ କାଠ ଆବଶ୍ୟକ ଥାଏ। ଗତବର୍ଷର ୪୭ ଖଣ୍ଡ କାଠ ବଳି ପଡ଼ିଥିଲା।

ଏଣୁ ଚଳିତବର୍ଷ ରଥଯାତ୍ରା ପାଇଁ ୮୧୮ ଖଣ୍ଡ ରଥ କାଠ ମଗାଯାଇଥିଲା। ଏ ଭିତରେ ପ୍ରଥମ ପର୍ଯ୍ୟାୟରେ ୮୩ ଖଣ୍ଡ ଧଉରା ଓ ଅସନ କାଠ ନୟାଗଡ଼ ଦଶପଲ୍ଲା ରେଞ୍ଜରୁ ଆସି ସାରିଛି। ପର୍ଯ୍ୟାୟକ୍ରମେ ବାକି କାଠ ପହଞ୍ଚିବା ପରେ ପବିତ୍ର ରାମନବମୀରେ ରଥକାଠ ଚିରଟ ଏବଂ ଅକ୍ଷୟ ତୃତୀୟାରେ ରଥ ନିର୍ମାଣ କାର୍ଯ୍ୟର ଅନୁକୂଳ ନୀତି ଅନୁଷ୍ଠିତ ହେବ।

Spread

SampurnaLive

Sampurna Live is Odisha's leading 24x7 news current web and YouTube channel . Development Journalism is our mission. Our vision is to promote people's voice and actions towards healthy society. We think for commonman, reporting for truth. Website =https://sampurna.live Contact number-7846915522 Email-sampurnalive@gmail.com youtube.com/@sampurnalive

Leave a Reply

Your email address will not be published. Required fields are marked *


Warning: Undefined array key "yesterday_view" in /home/i7tohfpa1gri/public_html/sampurna.live/wp-content/plugins/xt-visitor-counter/xt-visitor-counter-widgets.php on line 64

Warning: Undefined array key "month_view" in /home/i7tohfpa1gri/public_html/sampurna.live/wp-content/plugins/xt-visitor-counter/xt-visitor-counter-widgets.php on line 65

Warning: Undefined array key "year_view" in /home/i7tohfpa1gri/public_html/sampurna.live/wp-content/plugins/xt-visitor-counter/xt-visitor-counter-widgets.php on line 66

Warning: Undefined array key "online_view" in /home/i7tohfpa1gri/public_html/sampurna.live/wp-content/plugins/xt-visitor-counter/xt-visitor-counter-widgets.php on line 70