ରାଜନୀତିରାଜ୍ୟ

ପୂର୍ବତନ ବିଧାୟିକା ଡାକ୍ତର ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ

ପୂର୍ବତନ ବିଧାୟିକା ଡାକ୍ତର ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ

ପଶ୍ଚିମ ଓଡ଼ିଶାର ଜଣାଶୁଣା ଡାକ୍ତର, ସମାଜସେବୀ ଓ ପୂର୍ବତନ ବିଧାୟିକା ଡାକ୍ତର ରାସେଶ୍ବରୀ ପାଣିଗ୍ରାହୀଙ୍କ ଆଜି ସନ୍ଧ୍ୟାରେ ପରଲୋକ ହୋଇଯାଇଛି। ରାସେଶ୍ବରୀ ପାଣିଗ୍ରାହୀଙ୍କ ଆଜି ରାତି ୮ଟା ୫୦ମିନିଟରେ ସମ୍ବଲପୁର ଶାନ୍ତିନଗରସ୍ଥିତ ନିଜ ଘରେ ପରଲୋକ ହୋଇଯାଇଛି।  

ସମ୍ବଲପୁର ୧୬-୦୨-୨୦୨୬(ଏସ .ଏମ ) : ଶ୍ଚିମ ଓଡ଼ିଶାର ଜଣାଶୁଣା ଡାକ୍ତର, ସମାଜସେବୀ ଓ ପୂର୍ବତନ ବିଧାୟିକା ଡାକ୍ତର ରାସେଶ୍ବରୀ ପାଣିଗ୍ରାହୀଙ୍କ ଆଜି ସନ୍ଧ୍ୟାରେ ପରଲୋକ ହୋଇଯାଇଛି। ରାସେଶ୍ବରୀ ପାଣିଗ୍ରାହୀଙ୍କ ଆଜି ରାତି ୮ଟା ୫୦ମିନିଟରେ ସମ୍ବଲପୁର ଶାନ୍ତିନଗରସ୍ଥିତ ନିଜ ଘରେ ୭୯ ବର୍ଷ ବୟସରେ ପରଲୋକ ହୋଇଯାଇଛି। ସୂଚନାଯୋଗ୍ୟ, ଡା. ରାସେଶ୍ବରୀ ପାଣିଗ୍ରାହୀ ପଶ୍ଚିମ ଓଡ଼ିଶାର ଗାଁରୁ ସହର ପର୍ଯ୍ୟନ୍ତ ଜଣେ ସୁନାମଧନ୍ୟ ଡାକ୍ତରଭାବେ ପରିଚିତ ଥିଲେ। ‌ସେ ପେଶାରେ ଯଦିଓ ଜରେ ଡାକ୍ତର ଥିଲେ, ସମାଜସେବା ଥିଲା ତାଙ୍କର ଅନ୍ୟତମ ବ୍ରତ। ଏକ ଟ୍ରଷ୍ଟ ମାଧ୍ୟମରେ ସେ ‌ସାଧାରଣଜନତାଙ୍କର ସେବା କରୁଥିଲେ। ତାଙ୍କର ଏହି ସେବା ମନୋବୃତ୍ତି ପାଇଁ ବିଜୁ ଜନତା ଦଳ (ବିଜେଡି) ୨୦୧୪ ସାଧାରଣ ନିର୍ବାଚନରେ ସମ୍ବଲପୁର ବିଧାନସଭାରୁ ଟିକେଟ୍‌ ଦେଇଥିଲା। ରାସେଶ୍ବରୀ ପାଣିଗ୍ରାହୀ ସେହି ନିର୍ବାଚନରେ ବିଜୟୀ ହୋଇ ବିଧାନସଭାର ସଦସ୍ୟ ହୋଇପାରିଥିଲେ। ‌ଏଥି ସହିତ ସେ ସମ୍ବଲପୁର ବିଧାନସଭା ନିର୍ବାଚନ ମଣ୍ଡଳୀରେ ପ୍ରଥମ ଥର ବିଜେଡିରୁ ବିଧାୟକ ହେବାର ସୌଭାଗ୍ୟ ଅର୍ଜନ କରିଥିଲେ। ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକରେ ବିଶିଷ୍ଟ ବ୍ୟକ୍ତି ଶୋକ ପ୍ରକାଶ ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋସିଆଲ ମିଡିଆ ‘ଏକ୍ସ’ରେ କହିଛନ୍ତି, ବରିଷ୍ଠ ନେତ୍ରୀ, ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ଦେହାନ୍ତ ବିଷୟରେ ଜାଣି ଦୁଃଖିତ। ଶୋକସନ୍ତପ୍ତ ପରିବାର ପ୍ରତି ମୋର ସମବେଦନା ଜଣାଇବା ସହ ଦିବଙ୍ଗତ ଆତ୍ମାଙ୍କ ଶାନ୍ତି ପାଇଁ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା କରୁଛି। ସେହିପରି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି, ସମ୍ବଲପୁରର ପୂର୍ବତନ ବିଧାୟିକା, ସମାଜସେବୀ ତଥା ବରିଷ୍ଠ ଚିକିତ୍ସକ ଡାକ୍ତର ରାସେଶ୍ୱରୀ ପାଣିଗ୍ରାହୀଙ୍କ ବିୟୋଗ ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ। ଡାକ୍ତର ପାଣିଗ୍ରାହୀ କେବଳ ଜଣେ ଜନପ୍ରତିନିଧି ନଥିଲେ, ବରଂ ଜଣେ ସେବାଭିମୁଖୀ ବ୍ୟକ୍ତିତ୍ୱ ଭାବେ ସମ୍ବଲପୁରର ଘରେ ଘରେ ସୁପରିଚିତ ଥିଲେ। ଜଣେ ଦକ୍ଷ ଡାକ୍ତର ଭାବେ ଦୀର୍ଘ ବର୍ଷ ଧରି ସାଧାରଣ ଲୋକଙ୍କ ସେବା କରି ଆସିଥିଲେ। ସମ୍ବଲପୁର ବିଧାୟିକା ଭାବେ ସେ ଅଞ୍ଚଳର ବିକାଶ ପାଇଁ ସର୍ବଦା ଚେଷ୍ଟା କରୁଥିଲେ। ଶିକ୍ଷା ଏବଂ ନାରୀ ସଶକ୍ତିକରଣ କ୍ଷେତ୍ରରେ ତାଙ୍କର କାର୍ଯ୍ୟ ଚିର ସ୍ମରଣୀୟ ହୋଇ ରହିବ। ତାଙ୍କର ବିୟୋଗ ଓଡ଼ିଶାର ରାଜନୈତିକ ଏବଂ ସାମାଜିକ କ୍ଷେତ୍ରରେ ଏକ ଅପୂରଣୀୟ କ୍ଷତି। ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଇବା ସହ ଅମର ଆତ୍ମାର ସଦଗତି କାମନା କରୁଛି।

ସେହିପରି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ମଧ୍ୟ ‌ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକରେ ଶୋକ ଜଣାଇଛନ୍ତି। ସେ ଲେଖିଛନ୍ତି, ସମ୍ବଲପୁରର ପୂର୍ବତନ ବିଧାୟିକା ଡ଼ା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ସ୍ୱାସ୍ଥ୍ୟସେବା ସହ ଜନପ୍ରତିନିଧି ଭାବେ ଲୋକଙ୍କ ପାଇଁ ତାଙ୍କର କାର୍ଯ୍ୟ ସର୍ବଦା ସ୍ମରଣୀୟ ରହିବ। ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ ପ୍ରତି ମୋର ସମବେଦନା ଜଣାଉଛି।

Spread

SampurnaLive

Sampurna Live is Odisha's leading 24x7 news current web and YouTube channel . Development Journalism is our mission. Our vision is to promote people's voice and actions towards healthy society. We think for commonman, reporting for truth. Website =https://sampurna.live Contact number-7846915522 Email-sampurnalive@gmail.com youtube.com/@sampurnalive

Leave a Reply

Your email address will not be published. Required fields are marked *


Warning: Undefined array key "yesterday_view" in /home/i7tohfpa1gri/public_html/sampurna.live/wp-content/plugins/xt-visitor-counter/xt-visitor-counter-widgets.php on line 64

Warning: Undefined array key "month_view" in /home/i7tohfpa1gri/public_html/sampurna.live/wp-content/plugins/xt-visitor-counter/xt-visitor-counter-widgets.php on line 65

Warning: Undefined array key "year_view" in /home/i7tohfpa1gri/public_html/sampurna.live/wp-content/plugins/xt-visitor-counter/xt-visitor-counter-widgets.php on line 66

Warning: Undefined array key "online_view" in /home/i7tohfpa1gri/public_html/sampurna.live/wp-content/plugins/xt-visitor-counter/xt-visitor-counter-widgets.php on line 70