ପାଣିପାଗରାଜ୍ୟ

ଆରବ ସାଗରରେ ଲଘୁଚାପ କ୍ଷେତ୍ର

ଆରବ ସାଗରରେ ଲଘୁଚାପ କ୍ଷେତ୍ର…

ଡିପ୍ରେସନରେ ପରିଣତ ହେବା ସମ୍ଭାବନା

ପୂର୍ବ-କେନ୍ଦ୍ରୀୟ ଆରବ ସାଗର ଏବଂ ସଂଲଗ୍ନ ଉତ୍ତର କର୍ଣ୍ଣାଟକ-ଗୋଆ ଉପକୂଳରେ ସୃଷ୍ଟି ହୋଇଥିବା ଏକ ଘୂର୍ଣ୍ଣିବଳୟ ବୁଧବାର ସନ୍ଧ୍ୟା ସୁଦ୍ଧା ଏକ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି

ଭୁବନେଶ୍ୱର ୨୨-୦୫-୨୦୨୫(ଏସ.ଏମ ) :  ପୂର୍ବ-କେନ୍ଦ୍ରୀୟ ଆରବ ସାଗର ଏବଂ ସଂଲଗ୍ନ ଉତ୍ତର କର୍ଣ୍ଣାଟକ-ଗୋଆ ଉପକୂଳରେ ସୃଷ୍ଟି ହୋଇଥିବା ଏକ ଘୂର୍ଣ୍ଣିବଳୟ ବୁଧବାର ସନ୍ଧ୍ୟା ସୁଦ୍ଧା ଏକ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି। ଏହି ପ୍ରଣାଳୀ ଉତ୍ତର ଦିଗକୁ ଗତି କରି ଗୁରୁବାର ଏକ ଡିପ୍ରେସନରେ ପରିଣତ ହୋଇପାରେ ବୋଲି ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଲଘୁଚାପ ଆସନ୍ତା ୩୬ ଘଣ୍ଟା ଭିତରେ ଏହା ଉତ୍ତର ଦିଗରେ ଗତି କରିବା ସହ ଏହା ଘନୀଭୂତ ହେବ ବୋଲି ସୂଚନା ମିଳିଛି।ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ମଧ୍ୟ ଘୋଷଣା କରିଛି ଯେ, ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ତିନିରୁ ଚାରି ଦିନ ମଧ୍ୟରେ କେରଳ ଉପକୂଳରେ ପହଞ୍ଚିବାର ସମ୍ଭାବନା ରହିଛି। ଏନେଇ ପାଗ ଅତ୍ୟନ୍ତ ଅନୁକୂଳ ରହିଛି।ବର୍ତ୍ତମାନ, ମୌସୁମୀ ଦକ୍ଷିଣ ଆରବ ସାଗରର କିଛି ଅଂଶ, ମାଳଦ୍ୱୀପ ଏବଂ ଦକ୍ଷିଣ ବଙ୍ଗୋପସାଗର, କେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ଉତ୍ତର-ପୂର୍ବ ବଙ୍ଗୋପସାଗରର କିଛି ଅଞ୍ଚଳକୁ ଅଗ୍ରସର ହୋଇଛି। ଆଗାମୀ ଦିନରେ, ଏହା ଦକ୍ଷିଣ ଆରବ ସାଗରର କିଛି ଅଂଶ, ମାଳଦ୍ୱୀପ, ଲକ୍ଷଦ୍ୱୀପ, କେରଳ, ତାମିଲନାଡୁ, ଦକ୍ଷିଣ ଏବଂ କେନ୍ଦ୍ରୀୟ ବଙ୍ଗୋପସାଗର, ଉତ୍ତର ବଙ୍ଗୋପସାଗର ଏବଂ କିଛି ଉତ୍ତର-ପୂର୍ବ ରାଜ୍ୟ ସମେତ ଅତିରିକ୍ତ ଅଞ୍ଚଳକୁ ପ୍ରଭାବିତ କରିବାର ଆଶା କରାଯାଉଛି।ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ପ୍ରଭାବରେ, ସପ୍ତାହ ସାରା ଗୁଜରାଟ, ଗୋଆ, କର୍ଣ୍ଣାଟକ ଏବଂ କେରଳ ସମେତ ପଶ୍ଚିମ ଅଞ୍ଚଳର ଉପକୂଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ସେପଟେ ଆସନ୍ତା ୨୭ ତାରିଖ ଯାଏ ରାଜ୍ୟରେ କାଳବୈଶାଖୀ ବର୍ଷା ଜାରି ରହିବ। ବିଭିନ୍ନ ଜିଲ୍ଲା ପାଇଁ ସତର୍କତା ଜାରି କରିଛି ପାଣିପାଗ କେନ୍ଦ୍ର। ଦକ୍ଷିଣ ଉପକୂଳ ଓଡିଶାର ୧୬ ଜିଲ୍ଲାକୁ ୟେଲୋ ଓ୍ବାଣ୍ଣିଂ ଜାରି ହୋଇଛି । ଅନ୍ୟପକ୍ଷରେ, ଆଇଏମଡି ପକ୍ଷରୁ ଆଗାମୀ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶାର ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି ଏବଂ ନବରଙ୍ଗପୁର ଜିଲ୍ଲାରେ ବଜ୍ରପାତ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହା ସହିତ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଏବଂ ଗଜପତି ଜିଲ୍ଲା ପାଇଁ ଗରମ ଏବଂ ଆର୍ଦ୍ର ପାଗ ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Spread

SampurnaLive

Sampurna Live is Odisha's leading 24x7 news current web and YouTube channel . Development Journalism is our mission. Our vision is to promote people's voice and actions towards healthy society. We think for commonman, reporting for truth. Website =https://sampurna.live Contact number-7846915522 Email-sampurnalive@gmail.com youtube.com/@sampurnalive

Leave a Reply

Your email address will not be published. Required fields are marked *