ରାଜ୍ୟ

ଓଡ଼ିଶାରେ ଆଜିଠୁ ସମସ୍ତ ସ୍କୁଲ ଓ କଲେଜ ବନ୍ଦ: ରାଜ୍ୟ ସରକାରଙ୍କ ଘୋଷଣା

ଓଡ଼ିଶାରେ ଆଜିଠୁ ସମସ୍ତ ସ୍କୁଲ ଓ କଲେଜ ବନ୍ଦ: ରାଜ୍ୟ ସରକାରଙ୍କ ଘୋଷଣା

ଭୁବନେଶ୍ୱର ୨୩-୦୪-୨୦୨୫(ଏସ.ଏମ ) : ଜିଠାରୁ ସ୍କୁଲ ପିଲାଙ୍କ ପାଇଁ ଖରା ଛୁଟି ଘୋଷଣା। ଅପ୍ରେଲ ୨୩ ତାରିଖ ଠାରୁ ଅଙ୍ଗନବାଡି, ଶିଶୁବାଟିକା ଠାରୁ ଆରମ୍ଭ କରି ଦ୍ବାଦଶ ଶ୍ରେଣୀ ପର୍ଯ୍ୟନ୍ତ, ରାଜ୍ୟର ସମସ୍ତ ସରକାରୀ ଓ ବେସରକାରୀ ଶିକ୍ଷାନୁଷ୍ଠାନ ବନ୍ଦରହିବ। ରାଜ୍ୟରେ ବର୍ତ୍ତମାନ ଚାଲିଥିବା ଭିଷଣ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ପିଲାମାନଙ୍କ ସ୍ବାସ୍ଥ୍ୟର ସୁରକ୍ଷା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏ ସଂପର୍କରେ ସମୀକ୍ଷା କରିବା ପରେ ଏହି ନିର୍ଦ୍ଦେଶ ଦେଇଛନ୍ତି।ଏହି ନିର୍ଦ୍ଦେଶ ଅନୁଯାୟୀ ଅଙ୍ଗନବାଡି କେନ୍ଦ୍ର, ଶିଶୁବାଟିକା ଠାରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ସରକାରୀ, ବେସରକାରୀ ସ୍କୁଲ ବନ୍ଦ ରହିବ। ସୂଚନାଯୋଗ୍ୟ ଯେ ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଓ ଦିନ ତାପମାତ୍ରାରେ ଅତ୍ୟଧିକ ବୃଦ୍ଧି ଯୋଗୁ ସାଧାରଣ ଜୀବନଯାପନ ବାଧାପ୍ରାପ୍ତ ହେଉଛି। ତେଣୁ ପିଲାମାନଙ୍କ ସ୍ବାସ୍ଥ୍ୟକୁ ସର୍ବାଧିକ ଗୁରୁତ୍ବ ଦେଇ ମୁଖ୍ୟମନ୍ତ୍ରୀ ଏହି ନିଷ୍ପତ୍ତି ଗ୍ରହଣ କରିଛନ୍ତି । ଏହି ସମୟ ମଧ୍ୟରେ ଅଙ୍ଗନବାଡି ପିଲା ମାନଙ୍କୁ ସେମାନଙ୍କ ଘରେ ଶୁଖିଲା ଖାଦ୍ୟ ଯୋଗାଇ ଦେବା ପାଇଁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି ।ସୂଚନାଯୋଗ୍ୟ ଯେ ଉଭୟ ସରକାରୀ ଓ ବେସରକାରୀ କଲେଜ ପିଲାମାନଙ୍କ ପାଇଁ ରାଜ୍ୟ ସରକାର ଅପ୍ରେଲ ୨୩ ତାରିଖ ଠାରୁ ୫ ଦିନ ପାଇଁ ଛୁଟି ଘୋଷଣା କରିଛନ୍ତି । ତେବେ, ଏହି ସମୟରେ ପୂର୍ବରୁ ନିର୍ଦ୍ଧାରିତ ପରୀକ୍ଷା ଗୁଡିକ ନିର୍ଦ୍ଦିଷ୍ଟ ତାରିଖରେ ହେବ ଏବଂ ସଂପୃକ୍ତ ଅଧିକାରୀମାନେ ଏଥିପ୍ରତି ଯତ୍ନବାନ ହେବାକୁ ନିର୍ଦ୍ଦେଶ ଦିଆଯାଇଛି।

Spread

SampurnaLive

Sampurna Live is Odisha's leading 24x7 news current web and YouTube channel . Development Journalism is our mission. Our vision is to promote people's voice and actions towards healthy society. We think for commonman, reporting for truth. Website =https://sampurna.live Contact number-7846915522 Email-sampurnalive@gmail.com youtube.com/@sampurnalive

Leave a Reply

Your email address will not be published. Required fields are marked *